ଓଡିଶା

odisha

ETV Bharat / city

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୨୧ ପର୍ଯ୍ୟନ୍ତ ଜାରି ରହିବ ବର୍ଷା - ରାଜ୍ୟରେ ମୌସୁମୀ ସକ୍ରିୟ

ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡିଶା ଉପକୂଳ ଆଡକୁ ଗତି କରିବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଫଳରେ ଆସନ୍ତା ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

ଓଡ଼ିଶା ମୁହାଁ ଆଉ ଏକ ଲଘୁଚାପ, ୨୧ ପର୍ଯ୍ୟନ୍ତ ଜାରି ରହିବ ବର୍ଷା
ଓଡ଼ିଶା ମୁହାଁ ଆଉ ଏକ ଲଘୁଚାପ, ୨୧ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

By

Published : Sep 19, 2022, 5:33 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଫଳରେ ଆସନ୍ତା ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ(Heavy Rain in Odisha) ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଓଡ଼ିଶା ମୁହାଁ ଆଉ ଏକ ଲଘୁଚାପ, ୨୧ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟାରେ ୧୩ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା ମାଲକାନାଗିରିରେ ୮୪ ମିମି ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ୧୦ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ । ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ସ୍ଥାନରେ ୭ ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି । ସେହିଭଳି ତଳିଆ ଅଞ୍ଚଳରେ ପାଣି ଜମିବା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ସମ୍ଭାବନା ମଧ୍ୟ ରହିଛି ।

ସେହିଭଳି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଗଜପତି, ରାୟଗଡା, ମାଲକାନଗିରି, ଖୋର୍ଦ୍ଧା, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ । ୯ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଗଭୀର ସମୁଦ୍ରରେ ପବନର ବେଗ ୫୦ ଉପରେ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details