ଭୁବନେଶ୍ବର:ଲଘୁଚାପ ବର୍ଷାରେ ପୁଣି ଭିଜିବ ଓଡିଶା । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳରେ ଅକ୍ଟୋବର ପହିଲାରୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ଲାଗି ରହିବ । ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।