ଓଡିଶା

odisha

ETV Bharat / city

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ି ପୁରସ୍କାର - ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ ହେଲେ ବିଶିଷ୍ଟ କଥାଶିଳ୍ପୀ ଡ. ରାମଚନ୍ଦ୍ର ବେହେରା । ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଜୀବନ ବ୍ୟାପୀ ସାରସ୍ବତ ସାଧନ ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ...

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର
କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

By

Published : Jul 28, 2021, 9:21 PM IST

Updated : Jul 28, 2021, 9:38 PM IST

ଭୁବନେଶ୍ବର: ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ି ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣୀ ଉତ୍ସବରେ ଏକାଡେମୀର ଏହି ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଇଛି । ସଂସ୍କୃତି ଭବନଠାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପୁରସ୍କାର ପ୍ରଦାନ କରିଛନ୍ତି । ଡ. ବେହେରାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ଏବଂ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଚେକ୍‌ ଆକାରରେ ପ୍ରଦାନ କରାଯାଇଛି । ଏଥି ସହିତ ସାରସ୍ୱତ ସାଧନା ଏବଂ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ମଧ୍ୟ ମାନପତ୍ର, ଉପଢୌକନ ଓ ୧ ଲକ୍ଷ ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ି ପୁରସ୍କାର
ସମ୍ବର୍ଦ୍ଧିତ ସାରସ୍ୱତ ବ୍ୟକ୍ତିତ୍ୱମାନେ ହେଲେ ରାସେଶ୍ୱରୀ ମିଶ୍ର, ମହେଶ୍ୱର ମୂଳିଆ, ଡ. ଜୀବନକୃଷ୍ଣ ମହାପାତ୍ର, ନିର୍ମଳପ୍ରଭା ନାୟକ, ରାଧାବିନୋଦ ନାୟକ, ଡ. କୃପାସିନ୍ଧୁ ନାୟକ, ଡ. ସ୍ୱରାଜ୍ୟ ଲକ୍ଷ୍ମୀ ମିଶ୍ର, ବାଇଧର ସାହୁ, ଡ. ଦିଗରାଜ ବ୍ରହ୍ମା, ବାବାଜୀ ଚରଣ ପଟ୍ଟନାୟକ, ଗିରିଜା ଶଙ୍କର ଶର୍ମା, ସୌଭାଗିନୀ ମିଶ୍ର, ଦେବେନ୍ଦ୍ର କୁମାର ଦାଶ, ଅଶୋକ କୁମାର ପଟ୍ଟନାୟକ, ଡ. ରୁଦ୍ର ନାରାୟଣ ପୃଷ୍ଟି । ଏକାଡେମୀର ସଭାପତି ବିଶିଷ୍ଟ କବି ଡ. ହୃଷିକେଶ ମଲ୍ଲିକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ଏବଂ ଅତିରିକ୍ତ ଶାସନ ସଚିବ ତଥା ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ସାହିତ୍ୟ ସାଧକମାନେ ପାଠକ ସୃଷ୍ଟି ଦିଗରେ ତାଙ୍କର ଲେଖନୀ ଚାଳନା ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତ ସ୍ୱାଗତ ଭାଷଣ ଦେଇଥିବାବେଳେ ଉପସଭାପତି ଡ. ସଂଗ୍ରାମ ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି । ଅତିବଡ଼ି ପୁରସ୍କାର ପ୍ରାପକ ବିଶିଷ୍ଟ କଥାକାର ଡ. ବେହେରା ଜୀବନ ଶାଶ୍ୱତ ଓ ଅମୃତମୟ ବୋଲି ଉଲ୍ଲେଖ କରିବା ସହିତ ଲେଖକୀୟ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି । ଏହି ପୁରସ୍କାର ପାଇବା ନିମନ୍ତେ ତାଙ୍କୁ ମନୋନୀତ କରାଯାଇଥିବାରୁ ସେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଏକାଡେମୀକୁ କୃତଜ୍ଞତା ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jul 28, 2021, 9:38 PM IST

ABOUT THE AUTHOR

...view details