ଓଡିଶା

odisha

ETV Bharat / city

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସକ୍ରିୟ ଲଘୁଚାପ ପ୍ରଭାବରେ ଭୁବନେଶ୍ବରରେ ଦିନ ତମାମ ପ୍ରବଳ ବର୍ଷା ଲାଗି ରହିଛି । ୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଥିବା ବେଳେ ୬ ତାରିଖରେ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅନୁମାନ କରାଯାଇଛି । ଅଧିକ ପଢ଼ନ୍ତୁ

By

Published : Oct 4, 2022, 8:21 PM IST

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା । ଅନେକ ସ୍ଥାନରେ ତୁହାକୁ ତୁହା ବର୍ଷା ପ୍ରଭାବରେ ଫିକା ପଡିଛି ଦଶହରା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଏହାରି ପ୍ରଭାବରେ ଦିନ ତମାମ ପ୍ରବଳ ବର୍ଷା ଲାଗି ରହିଛି ।

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ସମୁଦ୍ର ମଧ୍ୟରେ ତଥା ଆନ୍ଧ୍ରଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ଆକଳନ କରିଛି । ବିଜୟା ଦଶମୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋବାର ସମ୍ଭାବନା ରହିଥିବା ସୂଚନା ମିଳିଛି ।

ଏହା ମଧ୍ୟ ପଢ଼ନ୍ତୁ...ଲଘୁଚାପ କ୍ଷେତ୍ର ସକ୍ରିୟ, ଉପକୂଳ ଓଡିଶାରେ ପ୍ରବଳ ବର୍ଷା

ସେହିପରି ଲଘୁଚାପର ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ଜିଲ୍ଲାରେ ଅର୍ଥାତ ଗଞ୍ଜାମ, କନ୍ଧମାଳ, ପୁରୀ, ରାୟଗଡା, ଗଜପତି, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗିରହିବ । ତେବେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ବିଶେଷ ଭାବେ ପ୍ରଭାବିତ ହେବ ବୋଲି ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଭାଗ । ୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଥିବା ବେଳେ ଆସନ୍ତାକାଲିର ଦଶହରା ଫିକା ପଡିବ । ସେପଟେ ୬ ତାରିଖରେ ବର୍ଷା କମିବା ସହ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅନୁମାନ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details