ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ବା ସ୍ବାଭାବିକ ତାପମାତ୍ରା ଠାରୁ ୨ ରୁ ୪ ଡିଗ୍ରୀ ଅଧିକ ହୋଇପାରେ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ।
ଗୁରୁବାର ନୟାଗଡ଼, ବାଲେଶ୍ବର, କୋରାପୁଟ, ମୟୂରଭଞ୍ଜ, ଗଜପତି, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ତାପମାତ୍ରା ସ୍ବାଭାବିକ ଥିଲା ଏବଂ ଉପକୂଳରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ରହିଛି ।