ଓଡିଶା

odisha

By

Published : Nov 23, 2021, 7:09 PM IST

ETV Bharat / city

BSKY ସ୍ମାର୍ଟ କାର୍ଡ ପାଇଲା ରାୟଗଡା; ଉପକୃତ ହେବେ ୮.୩୦ ଲକ୍ଷ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ଯୋଗେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ । ଏହା ସହିତ ରାଜ୍ୟର ୧୭ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଅଧିକ ପଢନ୍ତୁ

BSKY ସ୍ମାର୍ଟ କାର୍ଡ ପାଇଲା ରାୟଗଡା
BSKY ସ୍ମାର୍ଟ କାର୍ଡ ପାଇଲା ରାୟଗଡା

ରାୟଗଡା/ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ଯୋଗେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ (Smart Health Card) ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ । ଏହା ସହିତ ରାଜ୍ୟର ୧୭ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ଭର୍ଚୁଆଲ ଯୋଗେ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି , ରାୟଗଡାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହା ଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ। ସ୍ମାର୍ଟ ହେଲଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହା ଦ୍ବାରା ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ସେମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ । ଚିକିତ୍ସା ସୁବିଧା ଏବେ ସମସ୍ତେ ହାତପାହାନ୍ତାରେ ପାଇବେ । ଏହାକୁ ସ୍ମାର୍ଟ ହେଲଥ କାର୍ଡ ସମ୍ଭବ କରିପାରିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି । ପିଲାଙ୍କ ପାଠପଢା ବନ୍ଦ କରନ୍ତି । ସେ ସବୁ ସମସ୍ୟା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଛନ୍ତି । ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ସାଂସଦ ଭାସ୍କର ରାଓ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗଦେଇଥିଲେ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ରୂପାନ୍ତର ଆଣିବାରେ ସକ୍ଷମ ହୋଇଛି ବୋଲି ସେମାନେ କହିଛନ୍ତି । ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details