ଓଡିଶା

odisha

ETV Bharat / city

ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ପ୍ରଧାନ - ଟାଞ୍ଜାନିଆ ରେ ଭାରତର ଉଚ୍ଚାୟୁକ୍ତ

ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ । ଭାରତ ସରକାରଙ୍କ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି । ଅଧିକ ପଢନ୍ତୁ...

ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ
ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ

By

Published : Jul 20, 2021, 9:33 PM IST

ଭୁବନେଶ୍ବର:ଓଡ଼ିଆ ପୁଅଙ୍କ ସଫଳତା । ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡିଆ ପୁଅ । ଓଡ଼ିଶାର ଦେବଗଡ଼ ସହରରେ ଜନ୍ମିତ ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ଟାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତି ମିଳିଛି । ଏନେଇ ଭାରତ ସରକାରଙ୍କ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି ।

ବିନୟ ପ୍ରଧାନ 2019ରୁ ଋଷର ମସ୍କୋସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ 2004 ରୁ 2012 ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । 2012ରୁ 2014 ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଛନ୍ତି । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଛନ୍ତି ।

ବିନୟ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିଛନ୍ତି । ଏହା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details