ଓଡିଶା

odisha

ETV Bharat / city

Birsa Munda International Hockey Stadium: ୨୦୨୨ ସୁଦ୍ଧା ସରିବ ନିର୍ମାଣ କାର୍ଯ୍ୟ

୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ ରାଉଲକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ(Birsa Munda International Hockey Stadium)ର ନିର୍ମାଣ କାର୍ଯ୍ୟ । ଅଧିକ ପଢନ୍ତୁ

By

Published : Dec 1, 2021, 8:20 AM IST

Birsa Munda International Hockey Stadium: ୨୦୨୨ ସୁଦ୍ଧା ସରିବ ନିର୍ମାଣ କାର୍ଯ୍ୟ
Birsa Munda International Hockey Stadium: ୨୦୨୨ ସୁଦ୍ଧା ସରିବ ନିର୍ମାଣ କାର୍ଯ୍ୟ

ଭୁବନେଶ୍ବର/ସୁନ୍ଦରଗଡ: ୨୦୨୨ ଜୁଲାଇ ସୁଦ୍ଧା ଶେଷ ହେବ ରାଉଲକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ(Birsa Munda International Hockey Stadium)ର ନିର୍ମାଣ କାର୍ଯ୍ୟ । ସେହିପରି ଖୁବଶୀଘ୍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ମଧ୍ୟ ଲୋକାର୍ପଣ ହେବାକୁ ଯାଉଛି । ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ।

Birsa Munda International Hockey Stadium: ୨୦୨୨ ସୁଦ୍ଧା ସରିବ ନିର୍ମାଣ କାର୍ଯ୍ୟ

ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ସ୍ଥାନ ପରିଦର୍ଶନ କରିବା ପରେ ମନ୍ତ୍ରୀ କହିଛନ୍ତି ଯେ, ରାଉରକେଲାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି । କୋଭିଡ୍ ପାଇଁ ଏହି ନିର୍ମାଣ କାର୍ଯ୍ୟ କିଛିଟା ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ବର୍ତ୍ତମାନ ନିର୍ଦ୍ଧାରିତ ସ୍ତରରେ ପହଞ୍ଚିଛି । ୨୦୨୨ ଜୁଲାଇ ସୁଦ୍ଧା ଏହି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି ।

୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପର ଆୟୋଜନ ହେବାକୁ ଯାଉଛି । ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ବିଶ୍ୱକପର ବିଭିନ୍ନ ମ୍ୟାଚ ଖେଳାଯିବ । ଦେଶ ତଥା ଦେଶ ବାହାରୁ ବହୁ ଖେଳାଳି ଏବଂ କ୍ରୀଡ଼ା ସହ ଜଡ଼ିତ ବ୍ୟକ୍ତିମାନେ ଏଠାକୁ ଆସିବେ । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଉରକେଲା ମହାନଗରର ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସୗନ୍ଦର୍ଯ୍ୟକରଣ କରାଯାଉଛି । ଏହିସବୁ କାର୍ଯ୍ୟର ଅଗ୍ରଗତି ପାଇଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିକୁ ମନ୍ତ୍ରୀ ବେହେରା ଧନ୍ୟବାଦ ଦେଇଛନ୍ତି ।

ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନମାନର ତିନୋଟି ଇନଡୋର ବ୍ୟାଡମିଣ୍ଟନ କୋର୍ଟ କରାଯାଉଛି । ସେହିପରି ଆଉଟଡୋରରେ ଲନ୍ ଟେନିସ୍ କୋର୍ଟ ନିର୍ମାଣ କରାଯାଉଛି । ଫିଟନେସ ପାଇଁ ଏଠାରେ ଏକ ଅତ୍ୟାଧୁନିକ ଜିମ୍ନାସିୟମ୍ ମଧ୍ୟ କରାଯାଉଛି । ଏହି ଇନଡୋର ଷ୍ଟାଡିୟମକୁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ ବୋଲି କ୍ରୀଡ଼ା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଏହି ସବୁ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମି ପ୍ରସ୍ତୁତି ହେଲେ ରାଉରକେଲା ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ୍ ଭାବେ ପରିଚିତ ହେବ । ଏହି ଗସ୍ତ ସମୟରେ ମନ୍ତ୍ରୀଙ୍କ ସହ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକାରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଏବଂ କ୍ରୀଡ଼ା ଓ ଯୁବ ସେବା ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଆର୍ ଭିନିଲ କ୍ରିଷ୍ଣା ମଧ୍ୟ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ/ସୁନ୍ଦରଗଡରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details