ଓଡିଶା

odisha

ETV Bharat / city

ସେପ୍ଟେମ୍ବର ୨ରୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ

ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନ ନେଇ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ସେପ୍ଟେମ୍ବର ୨ ତାରିଖରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ ।

By

Published : Aug 27, 2019, 10:28 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ବିଜେଡି ସଦସ୍ୟତା ସଂଗ୍ରହ ଅଭିଯାନ ନେଇ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ସେପ୍ଟେମ୍ବର ୨ ତାରିଖରୁ ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ଏନେଇ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଛି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ବୈଠକରେ ଆବାହକ ଦେବୀ ପ୍ରସାଦ ମିଶ୍ର, ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଅମର ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ପ୍ରଦୀପ ପାଣିଗ୍ରାହୀ , ପ୍ରତାପ ଦେବ, ସଞ୍ଜୟ ଦାସବର୍ମା ଓ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ସଭ୍ୟ ସଂଗ୍ରହ ଅଭିଯାନର ଆବାହକ ଦେବୀ ପ୍ରସାଦ ମିଶ୍ରଙ୍କ ସୂଚନା ଅନୁସାରେ, ସେପ୍ଟେମ୍ବର ୨ ତାରିଖରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ହେବ ସଭ୍ୟ ସଂଗ୍ରହ ଅଭିଯାନ ।

ଗତଥର ୪୭ ଲକ୍ଷ ସଭ୍ୟ ସଂଗ୍ରହ କରାଯାଇଥିଲା । ଚଳିତ ବର୍ଷ ଏହାଠାରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଆଜି ବୈଠକରେ ସଭାପତିଙ୍କୁ ଏନେଇ ଅବଗତ କରାଯାଇଛି । ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସମ୍ପୂର୍ଣ୍ଣ ରୋଡମ୍ୟାପ ପ୍ରସ୍ତୁତ କରାଯିବ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details