ଭୁବନେଶ୍ବର:ପିପିଲିର ବିକାଶ ପାଇଁ 68 କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ଏହାକୁ ନେଇ ବିଜେପି ମୁଖପାତ୍ର ଲେଖାଶ୍ରୀ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଛି ବିଜେଡି । ଲେଖାଶ୍ରୀଙ୍କୁ କଟାକ୍ଷ କରିଛନ୍ତି ବିଜେଡି ପେନାଲିଷ୍ଟ ଇପ୍ସିତା ସାହୁ ।
ଇପ୍ସିତା କହିଛନ୍ତି, ଲେଖାଶ୍ରୀଙ୍କ ଉପରେ ଏବେ ଦୟା ଆସୁଛି । ବିଗତ ଦୁଇଟି ନିର୍ବାଚନରେ ବିଜେପି ତାଙ୍କୁ ଟିକେଟ ଦେଇନଥିବାରୁ କାଳେ ଟିକେଟ ମିଳିଯିବ ସେହି ଆଶାରେ ସେ ଏବେ ପିପିଲିରେ ନାକ ପୂରାଉଛନ୍ତି । ଜଣେ ମହିଳା ହିସାବରେ ମୁଁ ତାଙ୍କ ପ୍ରତି ସମବେଦନା ଜଣାଉଛି । ବିଗତ ୨୧ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ପିପିଲି ଅଞ୍ଚଳରେ ବ୍ୟାପକ ବିକାଶ କାର୍ଯ୍ୟ ହୋଇଥିବାବେଳେ ଲେଖାଶ୍ରୀଙ୍କ ମନଗଢା କାହାଣୀ ଲୋକଙ୍କ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି କହିଛନ୍ତି ଇପ୍ସିତା ।