ଭୁବନେଶ୍ବର:ବିଜୁ ଜନତା ଦଳର ବଡ଼ ଓ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ପଛୁଆ ବର୍ଗଙ୍କୁ ପ୍ରାର୍ଥୀ କରିବ ବିଜେଡି । ଆସନ୍ତା ନିର୍ବାଚନରେ 27 ପ୍ରତିଶତ ପଛୁଆ ବର୍ଗ ପ୍ରାର୍ଥୀଙ୍କୁ ଟିକେଟ ଦେବ ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଏଭଳି ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ଏନେଇ ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଦୁଇ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅରୁଣ ସାହୁ ।
ଆଗାମୀ ପଞ୍ଚାୟତ ନିର୍ବାଚନରେ 27% OBC ପ୍ରାର୍ଥୀ ଦେବ ବିଜେଡି - ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
ଓବିସି ଭୋଟ ବ୍ୟାଙ୍କକୁ ହାତେଇବାକୁ ବିଜେଡିର ବଡ ଘୋଷଣା । 2022 ପଞ୍ଚାୟତ ନିର୍ବାଚନରେ 27% OBC ଦଳୀୟ ପ୍ରାର୍ଥୀ ଦେବ ବିଜୁ ଜନତା ଦଳ । ଏନେଇ ଆଜି ଦଳ ପକ୍ଷରୁ ହୋଇଛି ବଡ ଘୋଷଣା । ଅଧିକ ପଢନ୍ତୁ..
ପଛୁଆ ବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିତ୍ତିକ ଜନଗଣନା ଆବଶ୍ୟକ । ତାହାକୁ ଭିତ୍ତିକରି 50%ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟ ମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ । ତେବେ ଏ ନେଇ କେନ୍ଦ୍ର ସରକାର କୌଣସି ଚୂଡ଼ାନ୍ତ ନିଷ୍ପରି ନେବା ପୂର୍ବରୁ ବିଜୁ ଜନତା ଦଳ ପଞ୍ଚାୟତିରାଜ ସଂସ୍କାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନ ପାଇଁ SEBCଙ୍କ ପାଇଁ 27% ପ୍ରାର୍ଥୀ ଘୋଷଣା କରିବା ପାଇଁ ଦଳ ନିଷ୍ପତ୍ତି ନେଇଛି । ଗତ ଲୋକସଭା ନିର୍ବାଚନରେ 33 ପ୍ରତିଶତ ମହିଳାଙ୍କୁ ପ୍ରାର୍ଥୀ କରିଥିଲା ଦଳ।
ଓବିସି ସଂଶୋଧନ ବିଲ ସଂସଦରେ ପାରିତ ହୋଇଛି । ଏଣିକି ସମସ୍ତ ରାଜ୍ୟ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ବର୍ଗ ବା SEBC ତାଲିକା ପ୍ରସ୍ତୁତି ଆଗ ଭଳି କରିପାରିବେ । କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥୀମାନେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର SEBC ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଚାକିରିରେ ସଂରକ୍ଷଣର ସୁବିଧା ପାଉଛନ୍ତି।
ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ୍ ବଳରେ ରାଜ୍ୟ ସରକାର ରହିଲେ କୌଣସି ଯୋଗ୍ୟ ଜାତିକୁ SEBC ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟର 209 ଜାତି ଓ ଉପଜାତି SEBC ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି । ପୂର୍ବଭଳି ରାଜ୍ୟଗୁଡିକ SEBC ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧ ଦଳ ଏହାକୁ ବିରୋଧ କରିନାହାନ୍ତି । ହେଲେ ସଂରକ୍ଷଣରେ ଥିବା 50% ସୀମାକୁ ଉଠାଇବାକୁ ବିଜେଡି ସମେତ ସମସ୍ତ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖୁଛନ୍ତି । ସଂରକ୍ଷଣ ସୀମା 50% ସୀମିତ ଥିବାରୁ SEBCଙ୍କୁ ମାତ୍ର 11.25 ପ୍ରତିଶତ ସଂରକ୍ଷଣ ମିଳୁଛି ।
ରାଜ୍ୟ ସରକାରଙ୍କ SEBC ଆଇନ୍ ୨୦୦୮ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ 27% ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ, ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ 27% ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ । ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସୁପ୍ରିମକୋର୍ଟ ସଂରକ୍ଷଣ ସୀମାକୁ 50% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି ।
ଅଧିକ ସୂଚନା:-
ସମ୍ବିଧାନର 102ତମ ସଂଶୋଧନ ମାଧମରେ ସମ୍ବିଧାନର ଅନୁଚ୍ଛେଦ 338A ପରେ 338B ଏବଂ ଅନୁଚ୍ଛେଦ 342 ପରେ 342A ( ଏହି ଦୁଇଟି ଅନୁଛେଦ ) ସଂଯୋଗ କରାଯାଇଛି । ତାପରେ ସମ୍ବିଧାନର 127 ତମ ସଂଶୋଧନ ମାଧ୍ୟମରେ ଉପରୋକ୍ତ ଦୁଇଟି ଅନୁଛେଦରେ କେତେକ ପରିବର୍ତ୍ତନ କରାଯିବା ସଂଗେ ସଂଗେ ଅନୁଚ୍ଛେଦ 366ରେ ମଧ୍ୟ ସାମାନ୍ୟ ପରିବର୍ତନ କରି SEBCର ସଂଜ୍ଞା ଉଲ୍ଲେଖ କରାଯାଇଛି ।
ଯଦି ସମ୍ବିଧାନର 127 ତମ ସାମ୍ବିଧାନିକ ସଂଶୋଧନ କାର୍ଯ୍ୟକାରୀ ହୁଏ ତେବେ ୧୧.୦୮.୨୦୧୮ ( ୧୦୨ତମ ସାମ୍ବିଧାନିକ ସଂଶୋଧନ ) ପୂର୍ବରୁ ୦୨.୦୪.୧୯୯୩ ( ଜାତୀୟ ପଛୁଆ ବର୍ଗ କମିଶନ - ଆଇନ୍ ) ପରେ ଯେପରି ରାଜ୍ୟଗୁଡିକ ସାମାଜିକ ଏବଂ ଶିକ୍ଷାଗତ ପଛୁଆବର୍ଗ ବର୍ଗ ( SEBC ) ତାଲିକା ପ୍ରସ୍ତୁତି କରୁଥିଲା ସେହିପରି କରିପାରିବେ ।
ରାଷ୍ଟ୍ରପତିଙ୍କ ଦ୍ଵାରା ଘୋଷିତ ଓବିସି ତାଲିକା ଅନୁସାରେ ସରକାରୀ ଚାକିରୀ ଓ ଅନ୍ୟାନ୍ୟ କ୍ଷେତ୍ରରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି । ରାଜ୍ୟ ଗୁଡିକ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ( SEBC ) ତାଲିକା ପ୍ରସ୍ତୁତି କରୁଥିଲେ ଏବଂ ଏବେ ମଧ୍ୟ କରିପାରିବେ ।
କେନ୍ଦ୍ରର ଓବିସି ତାଲିକା ଅନୁସାରେ ଅନ୍ୟାନ୍ୟ ପଛୁଆ ବର୍ଗର ପ୍ରାର୍ଥମାନେ କେନ୍ଦ୍ର ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀ ଏବଂ ଶିକ୍ଷାନୁଷ୍ଠାନମାନଙ୍କରେ ନାମ ଲେଖାଇବାକୁ ସଂରକ୍ଷଣର ସୁବିଧା ପାଉଛନ୍ତି । ସେହିପରି ରାଜ୍ୟର SEBC ତାଲିକା ଅନୁସାରେ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗର ପ୍ରାର୍ଥୀମାନେ ରାଜ୍ୟ ସରକାରଙ୍କ ଅଧିନରେ ଥିବା ସରକାରୀ ଚାକିରୀରେ ସଂରକ୍ଷଣର ସୁବିଧା ପାଉଛନ୍ତି ।
ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ୍ ବଳରେ ରାଜ୍ୟ ସରକାର ଚାହିଁଲେ କୌଣସି ଯୋଗ୍ୟ ଜାତିକୁ SEBC ତାଲିକାରେ ଅନ୍ତର୍ଭୁକ୍ତ କରିପାରୁଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟର 209 ଜାତି ଓ ଉପଜାତି SEBC ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ।
ଅନ୍ୟ ପକ୍ଷରେ ରାଜ୍ୟ ସରକାର କୌଣସି ଜାତିକୁ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ( NCBC ) ଜାତୀୟ ପଛୁଆବର୍ଗ କମିଶନଙ୍କୁ ତଥ୍ୟ ସହିତ ଉପଯୁକ୍ତ ଦାବି ଉପସ୍ଥାପନ କରିବାକୁ ପଡିଥାଏ । ଯଦି ତାହା କେନ୍ଦ୍ର ସରକାରଙ୍କ ଦ୍ଵାରା ଅନୁମୋଦିତ ହୁଏ । ତେବେ ସେହି ଜାତି ଓବିସି ତାଲିକାଭୁକ୍ତ ହୁଏ । ୧୧.୦୮.୨୦୧୮ ପୂର୍ବରୁ ଆମ ରାଜ୍ୟରେ ୨୦୦ଟି ଜାତି ଏବଂ ଉପଜାତି ଓବିସି ତାଲିକା ଅନ୍ତର୍ଭୁକ୍ତ ହୋଇଛି ।
ପୂର୍ବଭଳି ରାଜ୍ୟଗୁଡିକ SEBC ତାଲିକା ପ୍ରସ୍ତୁତ ପାଇଁ ସମ୍ବିଧାନ ସଂଶୋଧନରେ ବ୍ୟବସ୍ଥା ଥିବାରୁ ଲୋକସଭାରେ କୌଣସି ବିରୋଧି ଦଳ ଏହାକୁ ବିରୋଧ କରିନାହାନ୍ତି । ହେଲେ ସଂରକ୍ଷଣରେ ଥିବା ୫୦ % ସୀମାକୁ ଉଠାଇବାକୁ ସମସ୍ତ ବିରୋଧ ଦଳ କେନ୍ଦ୍ର ସରକାରଙ୍କୁ ପାଖରେ ପ୍ରସ୍ତାବ ରଖୁଛନ୍ତି ।
ସଂରକ୍ଷଣ ସୀମା 50% ସିମୀତ ଥିବାରୁ ଏବଂ ଆମ ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ସଂଖ୍ୟା ପ୍ରାୟ 39% ଥିବାରୁ SEBC ମାନଙ୍କୁ ମାତ୍ର 11.25 ପ୍ରତିଶତ ସଂରକ୍ଷଣ ମିଳୁଛି ।
ରାଜ୍ୟ ସରକାରଙ୍କ SEBC ଆଇନ୍ 2008ରେ ସାମାଜିକ ଏବଂ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ 27 % ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ , ବିଭିନ୍ନ ନ୍ୟାୟାଳୟର ଆଦେଶ ଦୃଷ୍ଟିରୁ ଉକ୍ତ 27 % ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇପାରୁ ନାହିଁ ।
ଅନ୍ୟାନ୍ୟ ପଛୁଆ ବର୍ଗ ତଥା ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗଙ୍କ ସଠିକ୍ ପରିସଂଖ୍ୟାନ ଅଭାବରୁ ସର୍ବୋଚ୍ଚ ନ୍ୟାୟାଳୟ ସଂରକ୍ଷଣ ସୀମାକୁ 50% ମଧ୍ୟରେ ସିମୀତ ରଖିବା ପାଇଁ ବାଧ୍ୟ କରୁଛନ୍ତି । ତେଣୁ ପଛୁଆବର୍ଗଙ୍କର ସଂଖ୍ୟାର ସଠିକ୍ ଆକଳନ ପାଇଁ ଜାତିଭିଭିକ ଜନଗଣନା କରାଗଲେ ତାହାକୁ ଭିତ୍ତି କରି 50% ରୁ ଅଧିକ ସଂରକ୍ଷଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ନ୍ୟାୟାଳୟମାନେ କୌଣସି ଅଙ୍କୁଶ ଲଗାଇ ପାରିବେ ନାହିଁ ।
ସାଂପ୍ରତିକ ସଂରକ୍ଷଣ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପଞ୍ଚାୟତରାଜ ସଂସ୍ଥା ଗୁଡିକର ଆଗାମୀ ନିର୍ବାଚନ ପାଇଁ ଆବଶ୍ୟକ ସଂରକ୍ଷଣ ନିମନ୍ତେ ପ୍ରସ୍ତୁତି କରିବାକୁ ସରକାର ବିଚାର କରୁଛନ୍ତି । ଯାହାକି ସଂପ୍ରତି ବିଭିନ୍ନ ନ୍ୟାୟାଳୟର ଅନ୍ତରୀଣ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାର ପରିଚାୟକ ହେବା ସଙ୍ଗେ ସଙ୍ଗେ ଏକ ଚୂଡ଼ାନ୍ତ ନିର୍ଯ୍ୟାଶ ନେବାରେ ସାହାଯ୍ୟ କରିବ ।
ସରକାର କୌଣସି ଚୁଡ଼ାନ୍ତ ନିଷ୍ଣରି ନେବାର ଅବ୍ୟବହିତ ପୂର୍ବରୁ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚାୟତିରାଜ ସଂସ୍କାର ଆଗାମୀ ତ୍ରିସ୍ତରୀୟ ନିର୍ବାଚନ ନିମନ୍ତେ SEBCଙ୍କ ପାଇଁ ଅତି କମ୍ରେ 27 % ଦଳୀୟ ପ୍ରାର୍ଥୀ ଘୋଷଣା କରିବା ପାଇଁ ଦଳ ନିଷ୍ପତ୍ତି ନେଇଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ