ଭୁବନେଶ୍ବର:ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା (BJP National President JP Nadda to visit Odisha) । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ସେପ୍ଟେମ୍ବର 29 ତାରିଖରୁ 2 ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାମାନଙ୍କୁ ମାଗଦର୍ଶନ କରିବା ପାଇଁ ନଡ୍ଡାଙ୍କ ଗସ୍ତର ମୁଖ୍ୟ ଲକ୍ଷ୍ୟ । ଦଳର ସମସ୍ତ କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେବା ପାଇଁ ଅନୁରୋଧ କରିଛନ୍ତି ବିଜେପି ନେତ୍ରୀ ଡି.ପୁରେନ୍ଦେଶ୍ବରୀ ।
୨୦୨୪ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି ଚାଲିଛି । ବିଜେପି ଫୋକସରେ ପଶ୍ଚିମବଙ୍ଗ ଓ ଓଡିଶା ରହିଛି । ଏହି ପରିପ୍ରେକ୍ଷୀରେ ଚଳିତ ମାସରେ ଓଡିଶା ବିଜେପିରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ ଦେବେ । ବିଜେପିର ତିନି ପ୍ରମୁଖ ଚେହେରା ଓଡ଼ିଶା ଗସ୍ତରେ ଆସୁଥିବାର ସୂଚନା ମିଳିଥିବାବେଳେ ସେପ୍ଟେମ୍ବର 29 ତାରିଖରେ ଜେପି ନଡ୍ଡା ଓଡିଶା ଗସ୍ତ କରି ପ୍ରଶିକ୍ଷଣ ଶିବିରରେ ଯୋଗ ଦେବେ । କିପରି ଓଡିଶାରେ ଦଳ ବାଜି ମାରିବ ଲୋକଙ୍କ ନିକଟତର ହେବ ଏ ନେଇ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ରୀ ଦେବେ ନଡ୍ଡା ।