ଭୁବନେଶ୍ବର: ସାରା ଦୁନିଆରେ କୋରୋନା ମହାମାରୀର ଆତଙ୍କ ଦେଖା ଦେଇଛି। କିନ୍ତୁ ଏଭଳି ସଙ୍କଟ ସମୟରେ ରାଜ୍ୟ ସରକାର ବିଦ୍ୟୁତ୍ ଦର ବୃଦ୍ଧି କରିଛନ୍ତି । ତେଣୁ ଏହି ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ବର ଜିଲ୍ଲା ବିଜେପି ପକ୍ଷରୁ ଓଇଆରସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ବର୍ଦ୍ଧିତ ବିଦ୍ୟୁତ ଦର ଆସନ୍ତା ଅକ୍ଟୋବରରୁ ଲାଗୁହେବ ।
ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ OERC କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ବିଜେପି - ଭୁବନେଶ୍ବର ଜିଲ୍ଲା ବିଜେପି ସଭାପତି ବାବୁ ସିଂ
କୋରୋନା ସଙ୍କଟ ସମୟରେ ରାଜ୍ୟ ସରକାର ବିଦ୍ୟୁତ ଦର ବୃଦ୍ଧି କରିଛନ୍ତି। ତେଣୁ ଏହି ବିଦ୍ୟୁତ ଶୁଳ୍କ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ବର ଜିଲ୍ଲା ବିଜେପି ପକ୍ଷରୁ ଓଇଆରସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ...
![ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ OERC କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ବିଜେପି BJP protests in front of OERC office due to electricity prices hike](https://etvbharatimages.akamaized.net/etvbharat/prod-images/768-512-8917935-thumbnail-3x2-bbsr.jpg)
ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ OERC କାର୍ଯ୍ୟାଳୟ ସମ୍ମୁଖରେ ବିଜେପିର ବିକ୍ଷୋଭ
ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ OERC କାର୍ଯ୍ୟାଳୟ ସମ୍ମୁଖରେ ବିଜେପିର ବିକ୍ଷୋଭ
କୋରୋନା ପାଇଁ ଲୋକଙ୍କ ଆର୍ଥିକ ସ୍ଥିତି ଭୁଶୁଡି ପଡ଼ାଥିବା ବେଳେ ୟୁନିଟ୍ ପିଛା ୨୦ ପଇସା ଦର ବୃଦ୍ଧି ନେଇ ନିଷ୍ପତ୍ତି ହୋଇଛି । ଏହି ନିଷ୍ପତ୍ତିକୁ ସରକାର ପ୍ରତ୍ୟାହାର କରନ୍ତୁ ନଚେତ୍ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛି ବିଜେପି । ଭୁବନେଶ୍ବର ଜିଲ୍ଲା ବିଜେପି ସଭାପତି ବାବୁ ସିଂ, ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ବହୁ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ