ଭୁବନେଶ୍ବର: ସୋମବାର ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୧-୨୨ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ ଓଡ଼ିଶାକୁ ଉପେକ୍ଷା କରାଯାଇଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । ତେବେ ଚଳିତ ବଜେଟରେ ରାଜ୍ୟ ସିଂହଭାଗ ଲାଭ ପାଇବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ରଙ୍କ ମତରେ ଚଳିତ ବଜେଟ ଯୋଗୁଁ ରାଜ୍ୟର ସବୁ ବର୍ଗର ଲୋକମାନେ ବିଶେଷଭାବରେ ଉପକୃତ ହୋଇପାରିବେ। କ୍ରୟ ଏବଂ ଖର୍କର ପୁନଃଉଦ୍ଧାର ସହ ପୁଞ୍ଜିନିବେଶ, ନିର୍ମାଣକୁ ଗତିଦେବା, ଭିତିଭୂମିକୁ ସୁଦୃଢ କରିବା, ଏମଏସଏମଇକୁ ଆଗ୍ରାଧିକାର ସହ ରୋଜଗାର ଓ ବିକାଶକୁ ଗୁରୁତ୍ବ ଦିଆଯାଇଛି । ଏଥିପାଇଁ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ । ଏନେଇ ଟ୍ବଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ପୁଣି ଥରେ ଅଧିକ ଏକ କୋଟି ମହିଳାଙ୍କୁ ଉଜ୍ଜଳା ଯୋଜନାରେ ଗ୍ୟାସ ଯୋଗାଇ ଦେବା ପାଇଁ ବଜେଟରେ ବ୍ୟବସ୍ଥା ହେବ। ଆତ୍ମନିର୍ଭର ଭାରତ ସ୍ବାସ୍ଥ୍ୟ ଯୋଜନା, ପାନୀୟ ଜଳ, ସହରାଞ୍ଚଳରେ ଘର ନିର୍ମାଣ ଓ ପୋଷଣ ଅଭିଯାନ ନାଗରିକଙ୍କ ସ୍ବାସ୍ଥ୍ୟ ସହ ଜଡ଼ିତ । ବଜେଟରେ ଅର୍ଥମନ୍ତ୍ରୀ ଏହାକୁ ବିଶେଷ ମହତ୍ବ ଦେଇଛନ୍ତି ।