ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ(assembly budget session) । ଏହି ସ୍ୱଳ୍ପକାଳୀନ ବଜେଟ ଅଧିବେଶନ ମାର୍ଚ୍ଚ ୩୧ ତାରିଖ ଯାଏଁ ଚାଲିବ । ଏହି ୭ ଦିନ ମଧ୍ୟରେ ରବିବାର ଛୁଟି ଦିନ ପଡୁଥିବାର ଅନ୍ୟ ୬ ଦିନ ଗୃହକାର୍ଯ୍ୟ ଚାଲିବ । ଆଇନ ଶୃଙ୍ଖଳା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିରୋଧୀ । ବଜେଟ ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ପହଞ୍ଚିଛନ୍ତି । କୋଭିଡ ସ୍ଥିତି ସ୍ୱାଭାବିକ ହେବା ପରେ ଅଧିବେଶନର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ବିଧାନସଭା ଆସିଛନ୍ତି ।
କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଥମ ଦିନରେ ଗୃହ କାର୍ଯ୍ୟ ଦିନ 11 ଟାରେ ଆରମ୍ଭ ହୋଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ଅଭିଭାଷଣ ରଖୁଛନ୍ତି । ଗୃହର ଦିବଙ୍ଗତ ନେତା ଓ କୋଭିଡ଼ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯିବ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ କରାଯିବ ।