ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ସାମାଜିକ ଅନୁଷ୍ଠାନ 'ଓଡ଼ିଶା ମୋ ପରିବାର' ସମସ୍ତ ସାମାଜିକ କାର୍ଯ୍ୟକୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି । ଏହି ପରିପ୍ରେକ୍ଷୀରେ ରବିବାର ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ବିଧାୟକ ଡ଼ଃ ବ୍ୟେମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ କୋଭିଡ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।
ବିଜୁ ଯୁବ ଜନତା ଦଳର କୋଭିଡ ପରିଚାଳନା ସମୀକ୍ଷା ବୈଠକ - ବିଜୁ ଯୁବ ଜନତା ଦଳ'
ମହାମାରୀ ସମୟରେ ବିଜୁ ଯୁବ ଜନତା ଦଳର କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ । ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ବିଧାୟକ ଡ଼ଃ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ କୋଭିଡ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ବିଜୁ ଜନତା ଦଳର ସାମାଜିକ ପ୍ରତିବଦ୍ଧତା ଆଜି ସମଗ୍ର ଦେଶରେ ସାମାଜିକ ବିପ୍ଲବରେ ପରିଣତ ହୋଇଛି । ବିଜୁ ଯୁବ ଜନତା ଦଳ ଓଡ଼ିଶା ମୋ ପରିବାରର ସମସ୍ତ ସାମାଜିକ କାର୍ଯ୍ୟ ଜୀବନ ବିନ୍ଦୁ ରକ୍ତଦାନ, ପ୍ଲାଜମା ସଂଗ୍ରହ, କୋଭିଡ୍ ସହାୟତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବ ।
କୋଭିଡର ପ୍ରଥମ ଏବଂ ଦ୍ବିତୀୟ ଲହରୀରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଆଧାରରେ ରାଜ୍ୟ ସରକାର କୋଭିଡ ପରିଚାଳନାରେ ସଫଳ ହୋଇଛନ୍ତି । ହସ୍ପିଟାଲରୁ ଆରମ୍ଭ କରି କୋଭିଡ ଟୀକାକରଣ ପର୍ଯ୍ୟନ୍ତ କୋଭିଡ ପରିଚାଳନାରେ ଠିକ ସମୟରେ ଠିକ ନିଷ୍ପତ୍ତି ନିଆଯାଇଛି । ତେଣୁ ଏ ଦିଗରେ ରାଜ୍ୟ ଅନେକ ମାଇଲଖୁଣ୍ଟ ପ୍ରତିଷ୍ଠା କରିପାରିଛି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ପ୍ରଣବ କୁମାର ବଳବନ୍ତରାୟ କହିଛନ୍ତି ।
ରାଜ୍ୟ ସରକାରଙ୍କ ଦ୍ଵାରା ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ୩କୋଟି ୮୦ ଲକ୍ଷ କୋଭିଡ ଟିକା କ୍ରୟ କରିବାର କାର୍ଯ୍ୟକ୍ରମ ଆରମ୍ଭ କହୋଇଥିବାରୁ ବିଜୁ ଯୁବ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭୁୟସୀ ପ୍ରଶଂସା କରାଯାଇଛି । ଏହି ସମୀକ୍ଷା ବୈଠକରେ ବିଜେଡି ଆଇ.ଟି ସଂଯୋଜକ ସୁବ୍ରତ ଛାଟୋଇ, ବିଜୁ ଯୁବ ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାୟକ, ଶୁଭେନ୍ଦୁ ମଙ୍ଗରାଜ, ବରିଷ୍ଠ ଉପସଭାପତି ଧୃତି ରଂଜନ ମାର୍ଥା, ଜ୍ୟୋସ୍ନାମୟୀ ପରିଡ଼ା, ରାଜ୍ୟ ସାଧାରଣ ସଂପାଦକ ଆଶିଷ ରଂଜନ ମିଶ୍ର, ତାରିଣୀ ପ୍ରସାଦ ନାୟକଙ୍କ ସମେତ ସମସ୍ତ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ଯୋଗ ଦେଇଥିଲେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ