ଓଡିଶା

odisha

ETV Bharat / city

Teaching ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ - କ୍ୟାପିଟାଲ ହସ୍ପିଟାଲ

ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ।ଏନେଇ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧିକ ପଢନ୍ତୁ

ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ
ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ

By

Published : May 27, 2022, 2:13 PM IST

ଭୁବନେଶ୍ବର:ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ । ଏନେଇ ସ୍ବାସ୍ଥ୍ୟ ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । କ୍ୟାପିଟାଲ ହସ୍ପିଟାଲକୁ ମଡେଲ ହସ୍ପିଟାଲରେ ପରିଣତ କରିବା ସହ ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର । ଆଗାମୀ ବର୍ଷଠାରୁ ଏଠାରେ ଆରମ୍ଭ ହେବ ଡାକ୍ତରୀ ପାଠପଢ଼ା । ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ ଆଣ୍ଡ କ୍ୟାପିଟାଲ୍ ହସ୍ପିଟାଲ ନାମରେ (PG Institute of Medical Education and Research and capital hospital) ପରିବର୍ତ୍ତନ ହେବ ସହ ବଦଳିବ ଭିତ୍ତିଭୂମି ।

ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ

ପିଜି, କ୍ୟାନସର ଇନ୍‌ଷ୍ଟିଚ୍ୟୁଟ୍ ସହ ଟ୍ରମା କେୟାର ସେଣ୍ଟର୍ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ୨୮୫ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ଆସନ୍ତା ଦୁଇବର୍ଷ ମଧ୍ୟରେ ୧୫ଟି ବିଷୟରେ ୬୦ ଜଣ ଛାତ୍ରଛାତ୍ରୀ ପିଜି ପାଠ୍ୟକ୍ରମ ପଢ଼ିବେ । ଏଥିପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ଶେଷ ହୋଇଛଇ । ଖୁବଶୀଘ୍ର ନ୍ୟାସନାଲ ମେଡିକାଲ କାଉନସିଲ ଟିମ(National Medical Council Team) ଅନୁଧ୍ୟାନ କରିବା ପାଇଁ ଆସିବ। ଟିମ୍‌ର ଅନୁମୋଦନ ମିଳିବା ପରେ ପିଜି ପାଠ୍ୟକ୍ରମ ପାଇଁ ପ୍ରକ୍ରିୟା ଆରମ୍ଭ ହେବ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ABOUT THE AUTHOR

...view details