ଓଡିଶା

odisha

ETV Bharat / city

ରାଜ୍ୟ ସରକାରଙ୍କ ଯୋଜନାକୁ ବିରୋଧ କରି ଆଜି ବ୍ଲକ ଅଫିସ ଘେରିବ ବିଜେପି - state government issue

କେନ୍ଦ୍ର ସରକାରଙ୍କ ଯୋଜନାରେ ନାଁ ପରିବର୍ତ୍ତନ କରି ଏଥିରେ ବାହା ବାହା ଲୁଟୁଛନ୍ତି ରାଜ୍ୟ ସରକାର । ଯାହାର ପ୍ରତିବାଦ କରି ଆସନ୍ତାକାଲି ଆସନ୍ତାକାଲି ସମସ୍ତ ବ୍ଲକ ଘେରାଉ କରିବା ବିଜେପି ।

ଫଟୋ ସୌଜନ୍ୟ: ସମ୍ବାଦଦାତା ଭୁବନେଶ୍ବର

By

Published : Sep 27, 2019, 5:09 AM IST

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ଯୋଜନାରେ ବାହା ବାହା ନେଉଛନ୍ତି ରାଜ୍ୟ ସରକାର । ଯୋଜନା କେନ୍ଦ୍ରର ହେଲେ ନାଁ ପରିବର୍ତ୍ତନ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବା ସହ ଦିନରେ ସରକାର ହାର୍କିନ ଦେଖାଉଥିବା ଅଭିଯୋଗ ଆଣିଛି ବିଜେପି । ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘର ସବୁକୁ ରାଜ୍ୟସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି ।

ସୂଚନା ଥାଉକି, ମୋଦୀ ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଳାଇ ସାବାସି ନେବାକୁ ବସିଛନ୍ତି । ଏହା ସଂଘୀୟ ବ୍ୟବସ୍ଥାକୁ ବିରୋଧ କରୁଥିବାରୁ ଏହା ବିରୁଦ୍ଧରେ ରାଜ୍ୟ ବିଜେପି ଆସନ୍ତାକାଲି ୨୭ ତାରିଖ ଦିନ ରାଜ୍ୟର ସମସ୍ତ ୩୧୪ ବ୍ଲକ ଏବଂପୌରାଞ୍ଚଳ ଘେରାଓ କରିବା ଏହାସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦିଆଯିବ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

୨୦୧୧ ଜନଗଣନା ଅନୁଯାୟୀ ଲିଷ୍ଟ ଅନୁଯାୟୀ ସ୍ଥାନୀୟ ପଞ୍ଚାୟତ ଅଧିକାରୀ ଗରୀବ ହିତାଧିକାରୀ ସୂଚୀ ତଦାରଖ କରିବା କଥା । କିନ୍ତୁ ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଞ୍ଚିତ କରାଯାଉଛି । ଗୋଟିଏ ପରିବାରରେ ୨ରୁ ୩ ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି । ଏପରିକି କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି ।

ସେହିପରି ଏହି କାର୍ଯ୍ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ରହିନାହିଁ । ଏହାକୁ ପଞ୍ଚାୟତ ବ୍ଲକରେ ଦିଆନଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଣ୍ଟାଯିବା ପାଇଁ ସ୍ଥଗିତ ରଖାଯାଉଛି । ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାଁ କାଟି ‘ମୋ ଆବାସ’ କହି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details