ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ସ୍ଵତନ୍ତ୍ର ଯୋଜନା । ଚଳିତବର୍ଷ ଅକ୍ଟୋବର ପହିଲାରୁ ସାରା ଦେଶରେ ଲାଗୁ ହେବ ବରିଷ୍ଠ ନାଗରିକ ହେଲ୍ପ ଲାଇନ ନମ୍ବର । ଏହି ନମ୍ବର ମାଧ୍ୟମରେ ବରିଷ୍ଠ ନାଗରିକମାନେ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ଅବଗତ କରିପାରିବେ ଓଡିଶା ସରକାର ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ସହମତି ପ୍ରଦାନ କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା ।
ଏହାସହ ଖୁବଶୀଘ୍ର ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ଵତନ୍ତ୍ର ଆକ୍ସନ ପ୍ଲାନ ମଧ୍ୟ ପ୍ରସ୍ତୁତ ହେଉଛି । ଏହି ଯୋଜନା ମୁତାବକ ମୋବାଇଲ ଭ୍ୟାନ ଯୋଗେ ବରିଷ୍ଠ ନାଗରିକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ । ଏଥିସହିତ ଅନ୍ୟ 5 ପ୍ରକାରରେ ବରିଷ୍ଠ ନାଗରିକଙ୍କୁ ସେବା ଯୋଗାଇବା ପାଇଁ ଯୋଜନା କରିଛନ୍ତି ରାଜ୍ୟ ସରକାର ।