ଭୁବନେଶ୍ବର: ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ 'ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର' ପ୍ରଦାନ କରାଯିବା ନେଇ ୨୦୨୧ ମଇ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ । ଏହାର ନିୟମାବଳୀ ମଧ୍ୟ ପ୍ରକାଶିତ ହୋଇଥିଲା । ତେବେ ବିଭିନ୍ନ ସ୍ତରରେ ସାହିତ୍ୟିକ ଓ ବିଶିଷ୍ଟ ବ୍ୟକ୍ତିଙ୍କର ମତାମତ ସଂଗ୍ରହ କରାଯାଇ ଏହି ପୁରସ୍କାର ନିୟମାବଳୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି ।
ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଆନ୍ତର୍ଜାତୀୟ ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିଲା । ନୂତନ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଭାରତୀୟ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ।
ସେହିପରି ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ଟମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନଟ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା । ଏଥିପାଇଁ ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ ।
ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ନୂତନ ନିଷ୍ପତ୍ତି ଅନୁଯାୟୀ ଉଭୟ ଇଂରାଜୀ ଓ ଓଡିଆରେ ଗଳ୍ପ ବିଭାଗରେ ରାଜ୍ୟସ୍ତରରେ ପ୍ରଥମ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୩୦ ହଜାର ଟଙ୍କା, ଦ୍ବିତୀୟ ବିବେଚିତ ଛାତ୍ରଛାତ୍ରୀ ମାନଙ୍କୁ ୨୦ ହଜାର ଟଙ୍କା ଏବଂ ତୃତୀୟ ବିବେଚିତ ଛାତ୍ରଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ଦିଆଯିବ ।