ଓଡିଶା

odisha

ETV Bharat / city

ଅଲମ୍ପିକରେ ସ୍ବର୍ଣ୍ଣ ଜିତିଲେ ମିଳିବ 6 କୋଟି: ମୁଖ୍ୟମନ୍ତ୍ରୀ

ଅଲମ୍ପିକ ପଦକ ବିଜେତାଙ୍କୁ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୁନା, ରୂପା, ବ୍ରୋଞ୍ଜ ପାଇଁ ଯଥାକ୍ରମେ ୬, ୪ ଓ ୨.୫ କୋଟି ଟଙ୍କାର ଆର୍ଥିକ ରାଶି କଲେ ଘୋଷଣା । ଅଧିକ ପଢନ୍ତୁ...

By

Published : Jul 8, 2021, 9:16 PM IST

ଅଲମ୍ପିକ ପଦକ ବିଜେତାଙ୍କୁ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅଲମ୍ପିକ ପଦକ ବିଜେତାଙ୍କୁ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଟୋକିଓ ଅଲମ୍ପିକ୍ସରେ ଭାଗ ନେଉଥିବା ଓଡିଶାର ଅଲମ୍ପିୟାନମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଥା ହେବା ସହ ସେମାନଙ୍କୁ ଉତ୍ସାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲମ୍ପିକ ପଦକ ବିଜେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି । ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି, ରୌପ୍ୟ ପଦକ ଜିତିଲେ ୪ କୋଟି ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ । ଆଜି ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା କରିଛନ୍ତି । ଏହାସହିତ ଅଲମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ।

ଅଲମ୍ପିକ ପଦକ ବିଜେତାଙ୍କୁ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ


ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ୍ସ ହେଉଛି ଜୀବନର ଶ୍ରେଷ୍ଠ ସ୍ଵପ୍ନ । ଅଲମ୍ପିୟାନ ଦୂତୀ ଚାନ୍ଦ, ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତୁମମାନେ ଓଡିଶାର ଯୁବ ସମାଜ ପାଇଁ ରୋଲ ମଡେଲ ପାଲଟି ଯାଇଛ । ତୁମ ପରିବାର ପାଇଁ ଓ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛ । କଠୋର ପରିଶ୍ରମ, ନିଷ୍ଠା ଓ ଶୃଙ୍ଖଳା ଦ୍ଵାରା ତୁମେମାନେ ନିଶ୍ଚୟ ପଦକ ଜିତିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅଲମ୍ପିକରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ମନ୍ତ୍ରୀ । ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଛନ୍ତି । ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ସେମାନେ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(5T) ଭିକେ ପାଣ୍ଡିଆନ ଖେଳାଳିମାନଙ୍କ ସହିତ ଆଲୋଚନା କରିଛନ୍ତି । ଅଲମ୍ପିକ୍ସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଛନ୍ତି । କ୍ରୀଡା ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଛନ୍ତି । ସ୍ଵତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

ABOUT THE AUTHOR

...view details