ଭୁବନେଶ୍ବର: ସହରାଞ୍ଚଳର ଉଠା ଦୋକାନୀଙ୍କ ଲାଗି ପ୍ୟାକେଜ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଲକଡାଉନ ଯୋଗୁଁ ପ୍ରଭାବିତ ହୋଇଥିବା ଉଠା ଦୋକାନୀଙ୍କ ଲାଗି ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର ହୋଇଛି । ଏଥିରେ ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।
ସହରାଞ୍ଚଳର ଉଠା ଦୋକାନୀଙ୍କୁ ୨୬ କୋଟି ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ - cm naveen pattnaik
ସହରାଞ୍ଚଳର ଉଠା ଦୋକାନୀଙ୍କ ଲାଗି ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଉପକୃତ ହେବେ ୮୭ ହଜାରରୁ ଉର୍ଦ୍ଧ୍ବ ଦୋକାନୀ । ଖର୍ଚ୍ଚ ହେବ 26 କୋଟି ଟଙ୍କା । ଅଧିକ ପଢନ୍ତୁ...
କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ପଡିଛି । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡ଼ାଉନ ଯୋଗୁଁ ସହରାଞ୍ଚଳର ଉଠା ଦୋକାନୀ ଆର୍ଥିକ ଦୃଷ୍ଟିରୁ ବେସ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଜୀବିକା ନିର୍ବାହ କରୁଥିବା ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରିଛନ୍ତି । ଏହା ଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ , ଇଟିଭି ଭାରତ