ଓଡିଶା

odisha

ETV Bharat / city

ଭୁବନେଶ୍ୱରରେ ଉଦଘାଟିତ ହେଲା ବିଶ୍ୱ ଦକ୍ଷତା କେନ୍ଦ୍ର - ବିଶ୍ୱ ଦକ୍ଷତା କେନ୍ଦ୍ର ଉଦଘାଟିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କଲେ 1342 କୋଟି ଟଙ୍କାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର । ଏଠାରେ ସ୍କିଲିଂ ଏବଂ ଅପ ସ୍କିଲିଂ ବ୍ୟତୀତ ଆଇଟିଆଇ ପଲିଟେକ୍ନିକ ଛାତ୍ରଛାତ୍ରୀଙ୍କ ପାଇଁ ମଡ଼୍ୟୁଲାର ପାଠ୍ୟକ୍ରମ ପ୍ରଦାନ କରାଯିବ । ଅଧିକ ପଢନ୍ତୁ...

ଭୁବନେଶ୍ୱରରେ ଉଦଘାଟିତ ହେଲା ବିଶ୍ୱ ଦକ୍ଷତା କେନ୍ଦ୍ର
ଭୁବନେଶ୍ୱରରେ ଉଦଘାଟିତ ହେଲା ବିଶ୍ୱ ଦକ୍ଷତା କେନ୍ଦ୍ର

By

Published : Mar 5, 2021, 7:36 PM IST

Updated : Mar 5, 2021, 9:35 PM IST

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କଲେ 1342 କୋଟି ଟଙ୍କାରେ ନିର୍ମିତ ବିଶ୍ୱ ଦକ୍ଷତା କେନ୍ଦ୍ର । ଇନଷ୍ଟିଚ୍ୟୁଟ ଅଫ ଟେକନିକାଲ ଏଜୁକେସନ ସିଙ୍ଗାପୁର, ୱାର୍ଲ୍ଡ ସ୍କିଲ ଋଷ, ଗ୍ଲୋବାଲ ଇନଷ୍ଟିଚ୍ୟୁଟ ଫର ଟ୍ରାନ୍ସଫର ସ୍କିଲ୍ସ ଏବଂ ଦକ୍ଷିଣ କୋରିଆ ମଡେଲ ଅନୁଯାୟୀ ଏହା ପ୍ରତିଷ୍ଠା ହୋଇଛି ।

ଭୁବନେଶ୍ୱରରେ ଉଦଘାଟିତ ହେଲା ବିଶ୍ୱ ଦକ୍ଷତା କେନ୍ଦ୍ର
ଓଡିଶା ସ୍କିଲ ଡେଭଲପମେଣ୍ଟ ପ୍ରୋଜେକ୍ଟ ଅଧୀନରେ ଏସୀୟ ବିକାଶ ବ୍ୟାଙ୍କ ସହାୟତାରେ ଏହା ପ୍ରତିଷ୍ଠା କରାଯାଇଛି । ଆଇଟିଇ ଏଜୁକେସନ ସର୍ଭିସେସ ସିଙ୍ଗାପୁର ଏହାର ନଲେଜ୍ ପାର୍ଟନର ରହିଛି । ୱାର୍ଲ୍ଡ ସ୍କିଲ ପ୍ରତିଯୋଗିତା ପାଇଁ ନୋଡାଲ ଏଜେନ୍ସି ଭାବେ କାର୍ଯ୍ୟ କରିବ ଏହି କେନ୍ଦ୍ର । ପୁନଃ ସ୍କିଲିଂ ଏବଂ ଅପ ସ୍କିଲିଂ ବ୍ୟତୀତ ଆଇଟିଆଇ ପଲିଟେକ୍ନିକ ଛାତ୍ରଛାତ୍ରୀଙ୍କ ପାଇଁ ମଡ଼୍ୟୁଲାର ପାଠ୍ୟକ୍ରମ ପ୍ରଦାନ କରାଯିବ ।

ଓଡ଼ିଶାରେ ଶିଳ୍ପ ସଂସ୍ଥା ଗୁଡିକ ପାଇଁ ଏହି କେନ୍ଦ୍ର ସେଣ୍ଟର ଫର ଇଣ୍ଡଷ୍ଟ୍ରି ପାର୍ଟନରସିପ ଭାବେ କାର୍ଯ୍ୟ କରିବ । ରାଜ୍ୟରେ ପ୍ରଥମ କରି କେବଳ ଏହି କେନ୍ଦ୍ରରେ ରେଫ୍ରିଜରେସନ ଆଣ୍ଡ ଏୟାରକଣ୍ଡିସନର, ମେକାନିକାଲ ଏବଂ ଇଲେକ୍ଟ୍ରିକାଲ ସର୍ଭିସେସ, ଭର୍ଟିକାଲ ଟ୍ରାନ୍ସପୋର୍ଟ, ପ୍ରେସିସନ ଇଞ୍ଜିନିୟରିଂ, ମେକାଟ୍ରୋନିକ୍ସ୍ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ସହିତ ଫେସନ ଏବଂ ଡିଜାଇନ, ସୌନ୍ଦର୍ଯ୍ୟ ଓ ସୁସ୍ଥତା ଭଳି ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି ।

ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ୱରରୁ ବିକାଶ କୁମାର ଦାସ, ଇଟିଭି ଭାରତ

Last Updated : Mar 5, 2021, 9:35 PM IST

ABOUT THE AUTHOR

...view details