ଭୁବନେଶ୍ବର: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଭାଟିକାନ୍ ସିଟିରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତର ଜଣେ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିବାରେ ନବୀନ ପ୍ରଥମ । ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ରହିଛନ୍ତି ।
ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ - ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭାଟିକାନ ସିଟିରେ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ
ରୋମ୍ ସହିତ ଓଡ଼ିଶାର ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ ରହିଛି । ଇଟାଲି, ଗ୍ରୀସ୍ ସମେତ ଇଉରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ୍ ଦେବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି (ମଙ୍ଗଳବାର) ରୋମରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ରୋମ୍ର ପାଆଜାସ୍ଥିତ ଗାନ୍ଧି ସ୍ମାରକୀରେ ମାଲ୍ୟାର୍ପଣ କରି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସେ ମହାତ୍ମା ଗାନ୍ଧୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇଥିବା କହିଥିଲେ ମୁଖ୍ୟମନ୍ତ୍ରୀ ।