ଓଡିଶା

odisha

ETV Bharat / city

ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ପାଇଁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଆଜି(ବୁଧବାର) କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା– ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡିବ ।

ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ
ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

By

Published : Nov 4, 2020, 9:25 PM IST

Updated : Nov 4, 2020, 10:12 PM IST

ଭୁବନେଶ୍ବର: ଇୟୁରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି । ଓଡିଶାରେ ଡିସେମ୍ବର 2ୟ ସପ୍ତାହ ପରେ 2ୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଦୀପାବଳି କଟକଣା ତଦାରଖ କରିବାକୁ ପର୍ଯ୍ୟବେକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି(ବୁଧବାର) କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା– ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡିବ ।

ଏହାସହ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲା ଗସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କଟକଣା କଡାକଡି କାର୍ଯ୍ୟକାରୀ ପାଇଁ ଜିଲ୍ଲାପାଲ, ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଡିସେମ୍ବର 2ୟ ସପ୍ତାହ ପରେ 2ୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା କରାଯାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ସେରୋ ସର୍ଭେ ଶେଷ ହୋଇଥିବା ବେଳେ ହାଇ-ରିକ୍ସ ଗ୍ରୁପର ସେରୋ ସର୍ଭେ ନଭେମ୍ବର ୩ ତାରିଖରେ ଶେଷ ହୋଇଛି । ବର୍ତ୍ତମାନ କଟକରେ ସେରୋ ସର୍ଭେ ଚାଲିଥିବା ବେଳେ ପୁରୀ, ସମ୍ବଲପୁର ଓ ବାଲେଶ୍ବରରେ ଆଗାମୀ ଡିସେମ୍ବରରେ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ 5ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମର ସଞ୍ଚାଳନ କରିଥିଲେ ।

ଭୁବନେଶ୍ବରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Last Updated : Nov 4, 2020, 10:12 PM IST

ABOUT THE AUTHOR

...view details