ଭୁବନେଶ୍ବର:ସୋମବାର ରାଜ୍ୟର ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା କରିବା ପରେ ବରିଷ୍ଠ ଅଧିକାରୀଙ୍କୁ ନେଇ ବୈଠକ କରିବେ । ସେହିପରି 3 ଜିଲ୍ଲା ପାଇଁ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ମୁଣ୍ଡଳୀ ଜଳ ପ୍ରବାହ ବିପଦ ଆଣିପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି । ପ୍ରକାଶ ଥାଉ କି, ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ତଳିଆ ଅଞ୍ଚଳର ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।