ଓଡିଶା

odisha

ETV Bharat / city

ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ - ଶିଳ୍ପପତିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୪ ତାରିଖ ଯାଏଁ ଭୁବନେଶ୍ୱରରେ ଆୟୋଜିତ ହେବ ମେକ ଇନ ଓଡିଶା କନକ୍ଲେଭ । ଏଥି ପାଇଁ ବୃହତ କମ୍ପାନୀ ଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଅଧିକ ପଢନ୍ତୁ

ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ
ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

By

Published : Sep 13, 2022, 11:00 PM IST

ଭୁବନେଶ୍ବର: ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୪ ତାରିଖ ଯାଏଁ ଭୁବନେଶ୍ୱରରେ ଆୟୋଜିତ ହେବ ମେକ ଇନ ଓଡିଶା କନକ୍ଲେଭ । ଏଥି ପାଇଁ ବୃହତ କମ୍ପାନୀ ଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଏହାର ଅବ୍ୟବହିତ ପୂର୍ବରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୧୫ଟି କମ୍ପାନୀର ମୁଖ୍ୟମାନଙ୍କ ସହ ବ୍ୟକ୍ତିଗତ ଭାବେ ବୈଠକ କରି ଓଡ଼ିଶାର ଶିଳ୍ପ ଆଭିମୁଖ୍ୟ ଉପରେ ଆଲୋଚନା କରିଛନ୍ତି ।

ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

କିରସିଲ ଲିଃ, ନାଲକୋ ଓ ସହଯୋଗୀ କମ୍ପାନୀ, ଥାଇସେନକ୍ରୁପ୍‌ ଇଣ୍ଡିଆ ଲିଃ, ଆଇଏମପି ପାୱାର ଲିଃ, ରୋଚେନ ସେପାରେସନ ସିଷ୍ଟମ୍‌(ଇଣ୍ଡିଆ) ପ୍ରା.ଲିଃ ପ୍ରମୁଖ କମ୍ପାନୀଗୁଡ଼ିକର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପୃଥକ ପୃଥକ ଭାବେ ଆଲୋଚନା କରିଛନ୍ତି । ଓଡ଼ିଶା ସରକାର ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ନିମନ୍ତେ ଦେଉଥିବା ବିଭିନ୍ନ ସୁବିଧାସୁଯୋଗ ଏବଂ ଭିତ୍ତିଭୂମି ବିକାଶ ବାବଦରେ ସେମାନଙ୍କୁ ସେ ଅବଗତ କରାଇଛନ୍ତି ।

ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଜମିଯୋଗାଣ, ଉନ୍ନତ ମାନର ବିଦୁ୍ୟତ, ଶିଳ୍ପପୁଞ୍ଜ ଏବଂ ଇଜ ଅଫ ଡୁଇଙ୍ଗ ବିଜିନେସ ଭଳି ବ୍ୟବସ୍ଥା ଉପଲବ୍ଧ ହେଉଥିବା ବିଷୟ ଉପସ୍ଥାପନ କରିଛନ୍ତି । ଏହି ଆଲୋଚନାରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ମୁମ୍ବାଇରେ ୧୫ଟି କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details