ଭୁବନେଶ୍ବର: ରାଜଧାନୀରେ ଗୃହମନ୍ତ୍ରୀ ଅମିତ ଶାହ । ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକରେ କରୁଛନ୍ତି ଅଧ୍ୟକ୍ଷତା । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିହାର ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ଝାଡଖଣ୍ଡର ଅର୍ଥମନ୍ତ୍ରୀ ।
ଏହି ବୈଠକରେ 4ଟି ପ୍ରସଙ୍ଗ ଉଠାଇଛନ୍ତି ନବୀନ । ଜାତୀୟ ସଂହତି ଓ ରାଜ୍ୟ-ରାଜ୍ୟ, କେନ୍ଦ୍ର-ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ବୈଠକର ମୂଳ ଉଦ୍ଦେଶ୍ୟ । ଅର୍ଥନୈତିକ ଭିତ୍ତିଭୂମି ଓ ପ୍ରଯୁକ୍ତି ବିଦ୍ୟାକୁ ନେଇ ସମସ୍ତଙ୍କ ମଧରେ ସଂହତି ଆସିବ ଦରକାର । ତଟେଲି ଯୋଗାଯୋଗ, ବ୍ୟାଙ୍କିଙ୍ଗ ସେବା ଓ ରେଳ, ସଡକ ସଂଯୋଗ କ୍ଷେତ୍ରରେ କେନ୍ଦ୍ରୀୟ ଅନୁଦାନ ଦୁଇ ଗୁଣ କରିବାକୁ ପ୍ରସ୍ତାବ ରଖିଛନ୍ତି ନବୀନ ।
ପୂର୍ବାଞ୍ଚଳ ପରିଷଦରେ ଥିବା ଏହି 4 ରାଜ୍ୟର ଅବଦାନ ଦେଶର ଖଣିଜ ସମ୍ପତ୍ତିରେ ଅଧିକ ଥିବାରୁ ଏହି ରାଜ୍ୟକୁ ଅଧିକ ଅନୁଦାନ ମିଳିବ ଦରକାର ବୋଲି କହିଛନ୍ତି ନବୀନ । 2012ରୁ କୋଇଲା ରାୟଲିଟି ସଂଶୋଧନ ହୋଇନାହିଁ । ଏବେ ଏହା ସଂଶୋଧନ ହେବାର ଜରୁରୀ ଆବଶ୍ୟକ ରହିଛି ବୋଲି ସେ ଦର୍ଶାଇଛନ୍ତି ।