ଭୁବନେଶ୍ବର: 3 ବିଦାୟୀ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାପାଳ ଜ୍ୟୋତି ପ୍ରକାଶ ଦାସ, କେନ୍ଦ୍ରାପଡ଼ାର ଦାଶରଥି ଶତପଥୀ, ଖୋର୍ଦ୍ଧାର ପୂର୍ବତନ ଜିଲ୍ଲାପାଳ ନିର୍ମଳ ମିଶ୍ରଙ୍କୁ ସଚିବାଳୟରେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି ।
ବିଶେଷ କରି ବାତ୍ୟା ଫନି ସମୟରେ ସେମାନଙ୍କ କାର୍ଯ୍ୟକୁ ପ୍ରଶଂସା କରିବା ସହିତ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରିତ କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେବା ସହିତ ପ୍ରଶଂସା କରିଥିଲେ ।