ଓଡିଶା

odisha

ETV Bharat / city

୭ ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ, ଲୋ-ଭୋଲ୍‌ଟେଜ ସମସ୍ୟା ଦୂର ପାଇଁ ଖର୍ଚ୍ଚ ହେବ ୧୮୦୦ କୋଟି - ବିଦ୍ୟୁତ ପ୍ରକଳ୍ପର ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ

ରାଜ୍ୟରେ ୭ଟି ବିଦ୍ୟୁତ ପ୍ରକଳ୍ପର ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

୭ ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ, ଲୋ-ଭୋଲ୍‌ଟେଜ ସମସ୍ୟା ଦୂର ପାଇଁ ଖର୍ଚ୍ଚ ହେବ ୧୮୦୦ କୋଟି
୭ ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ, ଲୋ-ଭୋଲ୍‌ଟେଜ ସମସ୍ୟା ଦୂର ପାଇଁ ଖର୍ଚ୍ଚ ହେବ ୧୮୦୦ କୋଟି

By

Published : May 21, 2022, 8:37 PM IST

ଭୁବନେଶ୍ବର: ୭ଟି ବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବଷ୍ଟେସନ ଓ ଗୋଟିଏ ୨୨୦ କେଭି ଟ୍ରାନସମିସନ ଲାଇନ । ଏହି ୭ ପ୍ରକଳ୍ପର ମୂଲ୍ୟ ପ୍ରାୟ ୪୫୦ କୋଟି ଟଙ୍କା । ଲୋ-ଭୋଲ୍‌ଟେଜ ସମସ୍ୟା ଦୂର ପାଇଁ ଓଡି଼ଶା ବିଦ୍ୟୁତ ବିତରଣ ବ୍ୟବସ୍ଥା ସୁଦୃଢୀକରଣ ପ୍ରକଳ୍ପର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବିଦ୍ୟୁତ ହେଉଛି ବିକାଶର ଜୀବନରେଖା । ଏଣୁ ବିଦ୍ୟୁତ ଅପଚୟ କରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ।

ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ ସବଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିସନ ଲାଇନ ଉଦଘାଟନ । ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଯୋଗେ ଏହା ଉଦଘାଟନ କରିଛନ୍ତି । ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦ୍ୟୁତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବଷ୍ଟେସନ ଓ ଗୋଟିଏ ୨୨୦ କେଭି ଡବଲ ସର୍କିଟ ଟ୍ରାନ୍ସମିଶନ ଲାଇନ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ବ୍ୟବସ୍ଥା ଦ୍ବାରା କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା' ମାନେ ବିଶେଷ ଉପକାର ପାଇବେ । କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଛନ୍ତି । ବିଦ୍ୟୁତ ହେଉଛି ବିକାଶର ଜୀବନରେଖା । ପାଣି ପରି ବିଦ୍ୟୁତ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ । ତେଣୁ ବିଦ୍ୟୁତ ଶକ୍ତି ଅପଚୟ ନ କରି ଏହାର ଉଚିତ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ଜନସାଧାରଣଙ୍କୁ ଗୁଣାତ୍ମକ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଓଡିଶା ବଣ୍ଟନ ସିଷ୍ଟମ ମଜବୁତ ପ୍ରକଳ୍ପ (Odisha Distribution System Strengthening Project) ଆରମ୍ଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍‌ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ୪ର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି । ଏ ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଂକର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟୁତ ଭିତ୍ତିଭୂମିର ବିକାଶ ଦ୍ବାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ମତବ୍ୟକ୍ତ କରିଛନ୍ତି । କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସଂଚାଳନ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

TAGGED:

ABOUT THE AUTHOR

...view details