ଭୁବନେଶ୍ବର: ଜୁନ୍ ମାସ ବହୁତ ଗୁରୁତ୍ୱପୂର୍ଣ୍ଣ । ଜୁ୍ନ୍ ୧୦ରୁ ମୌସୁମୀ ବର୍ଷା ହେବାର ସୂଚନା ମିଳୁଛି । ଆସନ୍ତା ୨୫ ଦିନ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏହି ଦିନଗୁଡିକର ପରିଚାଳନା ହିଁ ଆମ ପାଇଁ ଚ୍ୟାଲେଞ୍ଜ । ଜୁନ୍ ମାସରେ ୮ ଦିନ ସର୍ଟଡାଉନ ହେବ । ୨ ମାସ ଧରି ଆମେ ଯେଉଁ ତ୍ୟାଗ କରିଛନ୍ତି, ତାକୁ ବିଫଳ ହେବାକୁ ଦେବାନାହିଁ ବୋଲି ଭିଡ଼ିଓ ମାଧ୍ୟମରେ ରାଜ୍ୟବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମ୍ବୋଧନ କରି ଏହା କହିଛନ୍ତି । ଲକ୍ଡାଉନ କୋହଳ ହେବାର ଅର୍ଥ ନୁହେଁ କୋରୋନା ଚାଲିଗଲା । କୋରୋନା ବିରୋଧରେ ଲଢ଼େଇ ଏକ ଲମ୍ବା ଲଢ଼େଇ । କୋରୋନାର ମେଡିସିନ୍ ଆସି ନଥିବାରୁ ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗକୁ ମୌସୁମୀ ଆସୁଛି । ଆମକୁ ଅଧିକ ସତର୍କ ହେବାକୁ ପଡିବ ।