ଓଡିଶା

odisha

By

Published : Nov 3, 2021, 12:35 PM IST

ETV Bharat / city

ସଡକ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟିର ପାଣ୍ଠି ଘୋଷଣା

ସଡକ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ । ଅଧିକ ପଢନ୍ତୁ...

ସଡକ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟିର ପାଣ୍ଠି ଘୋଷଣା
ସଡକ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟିର ପାଣ୍ଠି ଘୋଷଣା

ଭୁବନେଶ୍ବର: ସଡକ ଦୁର୍ଘଟଣା ଜନିତ ଆହତଙ୍କୁ ମିଳିବ ତ୍ବରିତ ସ୍ବାସ୍ଥ୍ୟସେବା । ସଡକ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁଚିଣ୍ଡାରେ ସ୍ମାର୍ଟ ସ୍ବାସ୍ଥ୍ୟକାର୍ଡ ବଣ୍ଟନ ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି ।

ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ସଡକ ଦୁର୍ଘଟଣା ନେଇ ଚିନ୍ତା ପ୍ରକଟ କରିଥିଲେ । ସଡକ ଦୁର୍ଘଟଣାରେ ବହୁ ଲୋକଙ୍କ ମୃତ୍ୟୁ ହେଉଛି । ଆହତଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ ଅନେକ ଅମୂଲ୍ୟ ଜୀବନ ବଞ୍ଚାଇ ହେବ । ତେଣୁ ଆହତ ଲୋକଙ୍କୁ ଯଥାଶୀଘ୍ର ଚିକିତ୍ସା ଯୋଗାଇବା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ । ତେଣୁ ଉକ୍ତ ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details