ଓଡିଶା

odisha

ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ପଦୋନ୍ନତି ଅପେକ୍ଷାରେ ଥିବା ଶିକ୍ଷକମାନଙ୍କ ଲାଗି ଖୁସି ଖବର । ରାଜ୍ୟର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

By

Published : Jul 30, 2021, 12:07 PM IST

Updated : Jul 30, 2021, 6:13 PM IST

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ବର: ପଦୋନ୍ନତି ଅପେକ୍ଷାରେ ଥିବା ଶିକ୍ଷକମାନଙ୍କ ପାଇଁ ଖୁସି ଖବର । ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା ନିଷ୍ପତ୍ତି ନିଆଯାଇଛି । ଏହାଦ୍ବାରା ରାଜ୍ୟର ୬୩ ହଜାର ୩୦୩ ଜଣ ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ହେବ ବୋଲି ଜଣାପଡିଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯିବା ଫଳରେ ପଦୋନ୍ନତି ପାଇବେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ । ଏହାଦ୍ଵାରା ରାଜ୍ୟରେ ମୋଟ ୬୩ ହଜାର ୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତା' ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ । ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡିକ ମଧ୍ୟ ପୂରଣ ହୋଇପାରିବ ।

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବ । ଏହାଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ମଧ୍ୟ ଉନ୍ନତି ଆସିବ । ଏହାସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଏହାସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ । ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-3 କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି)ରେ ଥିବା ସହକାରୀ ଶିକ୍ଷକଙ୍କ ପାଇଁ ରେସିଡେସନ୍ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଛି । ସେହିପରି ଲେଭେଲ-୪ରୁ ଲେଭେଲ-୩କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।

୨୦୧୯ରେ ପ୍ରାଥମିକ ଶିକ୍ଷକମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇଥିଲା । ଲେଭେଲ-୪ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ରେ ଥିବା ୯୩୦୫ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jul 30, 2021, 6:13 PM IST

ABOUT THE AUTHOR

...view details