ଭୁବନେଶ୍ବର :ଦଳର ସଂଗଠନକୁ ଅଧିକ ଶକ୍ତିଶାଳୀ ଓ କ୍ରିୟାଶୀଳ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ଦଳ ଭିତରେ ଥିବା ବିବାଦ ଦୂର କରିବା ଲାଗି ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦିଆଯାଇଛି । ପର୍ଯ୍ୟବେକ୍ଷକ ପରେ ବରିଷ୍ଠ ପର୍ଯ୍ୟବେକ୍ଷକ ଅଦଳ ବଦଳ କରିଛନ୍ତି ନବୀନ । ପୁରୁଣା ନିର୍ଦ୍ଦେଶନାମା ବାତିଲ କରି ଆଜି ନୂଆ ବରିଷ୍ଠ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା କରିଛନ୍ତି ।
ବିକ୍ରମ କେଶରୀ ଆରୁଖ, ଦେବୀ ପ୍ରସାଦ ମିଶ୍ର, ନିରଞ୍ଜନ ପୂଜାରୀ, ସୌମ୍ୟ ରଞ୍ଜନ ପଟ୍ଟନାୟକ, ପ୍ରସନ୍ନ ଆଚାର୍ଯ୍ୟ ଓ ମହେଶ୍ବର ମହାନ୍ତିଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ କରି ଦାୟିତ୍ବ ଦେଇଛନ୍ତି ନବୀନ । ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାର ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦିଆଯାଇଛି ।