ଭୁବନେଶ୍ୱର: ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ଅନ୍ତର୍ଗତ କଙ୍କଡାଗୁଡା ଗାଁ ନିକଟରେ ଆଜି ଏକ ବରଯାତ୍ରୀ ଗାଡି ଓଲଟି ପଡିଛି । ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତିନିଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।
ଏହାସହ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।