ଭୁବନେଶ୍ବର: ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ(IR Battalion) ପାଇଁ ୬୬୩ଟି ପଦବୀକୁ(Security Coys) ମଞ୍ଜୁରୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।
୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ - ଓଡିଶା ସରକାର ଚାକିରି ବିଜ୍ଞପ୍ତି
୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ(IR Battalion) ପାଇଁ ୬୬୩ଟି ପଦବୀକୁ ମିଳିଲା ମଞ୍ଜୁରୀ । ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ କ୍ରମେ ସୃଷ୍ଟି ହେଲା ୨୨୧ ପଦବୀ । ଜାଣନ୍ତୁ କେଉଁ କେଉଁ ପଦବୀ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି ।
ଏହି ନୂତନ ପଦବୀଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନଷ୍ଟେବଳ-୧୫୪, ଇନସ୍ପେକ୍ଟର(WT)-୧, ସବ୍ଇନସ୍ପେକ୍ଟର(WT)-୨, ହାବିଲଦାର(WT)-୪, କନଷ୍ଟେବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ ।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି । ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ । ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ଇଟିଭି ଭାରତ, ଭୁବନେଶ୍ବର