ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରଣ ସ୍କୁଲ ଲୋକାର୍ପିତ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଆଜି(ଶୁକ୍ରବାର) ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିବସରେ ଏହି ସ୍କୁଲଗୁଡିକୁ ଲୋକାର୍ପିତ କରିଛନ୍ତି । ଏଥି ମଧ୍ୟରୁ ସର୍ବାଧିକ ଗଞ୍ଜାମର ୨୩୦ଟି ହାଇସ୍କୁଲ ରହିଛି ।
ସେହିପରି ଢେଙ୍କାନାଳ ଜିଲ୍ଲାର ୧୦୫ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୋଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।