ଓଡିଶା

odisha

ETV Bharat / city

ଏଥର ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ

ଏଥର ମଧ୍ୟ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳିବେନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଏଥର ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଏଥର ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

By

Published : Oct 15, 2021, 11:28 AM IST

ଭୁବନେଶ୍ବର: ଆସନ୍ତାକାଲି(ଶନିବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ହେଲେ ଏଥର ବି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ ସଂକ୍ରମଣ କାରଣରୁ ଜନ୍ମଦିନ ପାଳନ କରିବେନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିକଟରେ ସେ ସବୁବେଳେ ଋଣୀ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ । ତେଣୁ ଆସନ୍ତାକାଲି ନବୀନ ନିବାସ ନଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ଏହା ବଦଳରେ କୋଭିଡ଼ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସାହାଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ସହ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି କହିଛନ୍ତି ।

ସେପଟେ କୋରୋନା କଟକଣା ଯୋଗୁଁ ମୁଖ୍ୟମନ୍ତ୍ରୀ କ୍ୱଚିତ୍ ଲୋକଙ୍କୁ ଭେଟୁଛନ୍ତି । ଶନିବାର ତାଙ୍କ ଜନ୍ମଦିନରେ ନେତା-ମନ୍ତ୍ରୀ ଓ ଶୁଭେଚ୍ଛୁଙ୍କୁ ନବୀନ ନିବାସ ଯିବା ଉପରେ କଟକଣା ବଳବତ୍ତର ରଖାଯାଇଛି । ପାର୍ବଣ ପାଇଁ ପୁଣିଥରେ ରାଜଧାନୀ ଭୁବନେଶ୍ୱରରେ ଚିନ୍ତାଜନକ ଭାବେ ସଂକ୍ରମଣ ବଢ଼ୁଛି । ଜନ୍ମଦିନରେ ସମର୍ଥକଙ୍କ ସମାଗମକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବିଜେଡି ପକ୍ଷରୁ ଏବେ ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଚାଲିଛି । ଦଳର ସୁପ୍ରିମୋଙ୍କ ଜନ୍ମଦିନରେ କେତେକ ସ୍ଥାନରେ ରକ୍ତଦାନ ଶିବିର ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଜଣାପଡ଼ିଛି । 1946 ଅକ୍ଟୋବର 16ରେ କଟକରେ ଜନ୍ମଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସେ 76 ବର୍ଷରେ ପଦାର୍ପଣ କରିବେ । 2000 ମାର୍ଚ୍ଚ 5 ରୁ ଏପର୍ଯ୍ୟନ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଛନ୍ତି ନବୀନ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details