ଓଡିଶା

odisha

ETV Bharat / city

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ନବୀନ - ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମ ଜୟନ୍ତୀ

ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ କରାଯାଇଛି। ଉଭୟ ନେତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧିକ ପଢନ୍ତୁ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ନବୀନ
ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ନବୀନ

By

Published : Jan 23, 2022, 7:46 PM IST

ଭୁବନେଶ୍ବର :ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳନ କରାଯାଇଛି। ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜନ୍ମ ଜୟନ୍ତୀ। ସେହିପରି ଆଜି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମ ଜୟନ୍ତୀ । ଯାହାଙ୍କ ବୀରତ୍ୱ ପାଇଁ ସାରା ଦେଶ ଗର୍ବିତ ହୋଇଛି। ସାରା ଭାରତରେ ନେତାଜୀଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି ।

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ନବୀନ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାର ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା। ତାଙ୍କ ଦୃଢ ନେତୃତ୍ୱ, ଅତୁଳନୀୟ ଦେଶ ଭକ୍ତି ସମସ୍ତଙ୍କ ହୃଦୟରେ ଚିର ଅମର ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପର୍ଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଆଦିବାସୀ ତଥା ସାଧାରଣ ଜନତାଙ୍କ ସ୍ଵାର୍ଥ ରକ୍ଷା ସହ ଦେଶର ସ୍ୱାଧୀନତା ପାଇଁ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କର ପରାକ୍ରମ ଏବଂ ବଳିଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ହୋଇ ଦୁଇ ଜନନାଏକଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ,ଇଟିଭି ଭାରତ

ABOUT THE AUTHOR

...view details