ଓଡିଶା

odisha

ETV Bharat / city

ଢେଙ୍କାନାଳରେ ୮୮୦ ଓ ଅନୁଗୋଳରେ ୧୧୭୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଓ ଅନୁଗୋଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Cm naveen Patnaik
ଢେଙ୍କାନାଳରେ ୮୮୦ ଓ ଅନୁଗୋଳରେ ୧୧୭୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

By

Published : Nov 20, 2021, 3:47 PM IST

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ସେହିପରି ଅନୁଗୋଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି । ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ଢେଙ୍କାନାଳରେ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । କହିଛନ୍ତି ଯେ ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି । ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀଙ୍କୁ ପ୍ରଣାମ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାର ବର୍ତ୍ତମାନ ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଛି । ଏଥି ଯୋଗୁଁ ସେ ଖୁସି ପ୍ରକାଶ କରିଛନ୍ତି । ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି । ଏହା ଆମର ପୁଷ୍ଟି ନିରାପତ୍ତାକୁ ମଜବୁତ କରିବ ବୋଲି ସେ କହିଛନ୍ତି ।

ଜିଲ୍ଲାର ବରେଣ୍ୟ ସ୍ବାଧୀନା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ମୁଖ୍ୟମନ୍ତ୍ରୀ ସ୍ମରଣ କରିଛନ୍ତି ।ସେମାନଙ୍କ ପ୍ରତିଷ୍ଠିତ ବାଜି ରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ସେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ ଓ ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

ABOUT THE AUTHOR

...view details