ଭୁବନେଶ୍ବର:ରାଜ୍ୟରେ କ୍ରମାଗତ ଭାବେ କୋଭିଡ଼ ସଂକ୍ରମଣ ବୃଦ୍ଧି ପାଉଛି । ଏନେଇ ଆଗୁଆ ସତର୍କ ହୋଇଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ 5.30ରେ କୋଭିଡ ସ୍ଥିତିର ସମୀକ୍ଷା କରିବେ । ସମୀକ୍ଷା ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ସ୍ବାସ୍ଥ୍ୟ ବିଭାଗର ସଚିବ ଏବଂ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।
CM to Review Covid Situation: ବଢୁଛି ସଂକ୍ରମଣ, ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ ବଢୁଛି କୋଭିଡ଼ ସଂକ୍ରମଣ । ଆଜି ଅପରାହ୍ନରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ
ରାଜ୍ୟରେ ବଢୁଛି ସଂକ୍ରମଣ: ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ବୁଧବାର ଟ୍ବିଟ୍ ଯୋଗେ କହିଥିଲେ ଯେ, କୋଭିଡ ମହାମାରୀର ବିପଦ ଏ ଯାଏ ଟଳିନାହିଁ । ସେଥିପାଇଁ ସେ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ଏବଂ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଅନୁରୋଧ କରିଥିଲେ । ବର୍ତ୍ତମାନ ସମୟକୁ ଦେଖି ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଇଟିଭି ଭାରତ, ଭୁବନେଶ୍ବର