ଭୁବନେଶ୍ବର:ୟୁକ୍ରେନରୁ ଫେରିଛନ୍ତି ଓଡିଶାର ଛାତ୍ରଛାତ୍ରୀ । ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ରଛାତ୍ରୀ ନିରାପଦରେ ଫେରିଆସିଥିବାରୁ ମୁଁ ଆଶ୍ବସ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତ ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଭିସି ଯୋଗେ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରିବା ସହ ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଛନ୍ତି । ଛାତ୍ରଛାତ୍ରୀମାନେ ସେମାନଙ୍କ ଅଭିଜ୍ଞତା ମୁଖ୍ୟମନ୍ତ୍ରୀଙ୍କ ସମ୍ମୁଖରେ ବର୍ଣ୍ଣନା କରିଛନ୍ତି । କହିଛନ୍ତି ଯେ, ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ । ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ ।