ଭୁବନେଶ୍ବର:ରାଜ୍ୟର କୋରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା ସଚେତନତା ଉପରେ ଗୁରୁତ୍ୱ ଦେବାକୁ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ କୋଭିଡ ଗାଇଡ଼ଲାଇନ ରାଜ୍ୟବ୍ୟାପୀ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ନିଜ ଜିଲ୍ଲାରେ ଟେଷ୍ଟିଂ ବୃଦ୍ଧି କରିବାକୁ ଜିଲ୍ଲାପାଳ ଓ ମହାନଗର ନିଗମ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ଅଞ୍ଚଳରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ସେଠାରେ ସର୍ଭିଲାନ୍ସରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମୁଖ୍ୟ ଶାସନ ସଚିବ ପ୍ରତ୍ୟେକ ଦିନ ରାଜ୍ୟର କୋରୋନା ସ୍ଥିତିର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।