ଓଡିଶା

odisha

ETV Bharat / city

ଦେବସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା - cm nabin pattnaik

ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା । ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

By

Published : Jun 24, 2021, 10:48 AM IST

ଭୁବନେଶ୍ବର: ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା । ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ପାଳନ କରାଯାଏ ।

ପବିତ୍ର ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ,ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ । ଏହା ସହିତ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ଶ୍ରୀଜିଉଙ୍କ ସ୍ନାନଯାତ୍ରା । ଶ୍ରୀମନ୍ଦିର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦ ଧ୍ବନି ପୂର୍ବକ 108 କଳସୀ ଜଳରେ ସ୍ନାନ କରାଯାଏ । ଯାହାପରେ ମହାପ୍ରଭୁ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ।

ଆଜି(ଗୁରୁବାର) ପାରମ୍ପରିକ ରୀତିନୀତିରେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ABOUT THE AUTHOR

...view details