ଭୁବନେଶ୍ବର: ଆସନ୍ତା 21ରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର 39ଟି ରୂପାନ୍ତରିତ ସ୍କୁଲର ଶୁଭାରମ୍ଭ କରିବେ । ଏହା ସହ ଭିସି ଯୋଗେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଲୋକାର୍ପଣ କରିବେ ବୋଲି ଜଣାପଡିଛି ।
ଆସନ୍ତା 21ରେ ଗଞ୍ଜାମର 39ଟି ରୂପାନ୍ତରିତ ସ୍କୁଲର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ - ଗଞ୍ଜାମର 39ଟି ରୂପାନ୍ତରିତ ସ୍କୁଲର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
21ରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର 39ଟି ରୂପାନ୍ତରିତ ସ୍କୁଲର ଶୁଭାରମ୍ଭ କରିବେ । ଏହାସହ ଭିସି ଯୋଗେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବାଣ୍ଟିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଲୋକାର୍ପଣ କରିବେ। ଅଧିକ ପଢନ୍ତୁ...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଗଞ୍ଜାମ ଗସ୍ତ କରିଥିଲେ । ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭି.କେ. ପାଣ୍ଡିଆନ୍ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କଲ୍ ଯୋଗେ ଶାସନ ଆମ୍ଵ ଗାଁର ବୃନ୍ଦାବନ ସ୍ମୃତି ବିଦ୍ୟାପୀଠର ଛାତ୍ରଛାତ୍ରୀ ମୀରା ସ୍ବାଇଁ ଓ ଦୀପକ ଦଳାଇଙ୍କ ସହ କଥା ହୋଇଛନ୍ତି । ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପିଲା ତଥା ଅଭିଭାବକ ମାନଙ୍କ ମତାମତ ଲୋଡିଥିଲେ ମୁଖ୍ୟମନ୍ତ୍ରୀ । ସେମାନେ ସ୍କୁଲ ରୂପାନ୍ତରିକରଣ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇଛନ୍ତି ।
ଭି.କେ ପାଣ୍ଡିଆନ୍ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମର ପର୍ଯ୍ୟବେକ୍ଷଣ କରିଛନ୍ତି । ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଛନ୍ତି । ଏହି ସ୍ମାର୍ଟ କ୍ଲାସ ରୁମ୍ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, Hygenic toilet, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି ।
ଭି.କେ. ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ, ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଛି । ମୁଖ୍ୟମନ୍ତ୍ରୀ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ । ସାରା ରାଜ୍ୟରେ ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ର ବିକାଶ କରାଯାଉଛି । ଏଥିରେ ପିଲାଙ୍କ ପାଇଁ କମ୍ପ୍ୟୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବ୍ରୋଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା କରାଯାଉଛି ।
୫-ଟି ସଚିବ ଗଞ୍ଜାମର ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିଛନ୍ତି । ମନ୍ଦିରର ପ୍ରସାଦ ସେବନ ହଲ୍, Interpetation Complex, ଦୀପଘର, ସ୍ନାନ ମଣ୍ଡପ, ଯଜ୍ଞ ମଣ୍ଡପ ଆଦି ପର୍ଯ୍ୟବେକ୍ଷଣ କରିଛନ୍ତି । ମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କରିଛନ୍ତି । ମନ୍ଦିର କାର୍ଯ୍ୟକୁ ତ୍ବରାନ୍ବିତ କରିବା ସହ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ପିଲାମାନଙ୍କୁ ଶିକ୍ଷାଦାନ ପଦ୍ଧତିରେ ବିଭିନ୍ନ ଆଧୁନିକ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି । ଏହି ଆଇ.ଟି.ଆଇରେ ପାଠ ପଢୁଥିବା ୯୦ ପ୍ରତିଶତ ପିଲା ଚାକିରୀ ପାଉଥିବାରୁ ସେମାନେ ଆଇ.ଟି.ଆଇ ଗୁଡିକର ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଧନ୍ୟବାଦ ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଏସ୍.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ