ଓଡିଶା

odisha

ETV Bharat / city

Biju Patnaik Death Anniversary: ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ - ବିଜୁ ବାବୁଙ୍କ ତିରୋଧାନ ଦିବସରେ ନବୀନଙ୍କ ଆହ୍ବାନ

ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ବିଜୁ ବାବୁଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

Biju Patnaik Death Anniversary: ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ
Biju Patnaik Death Anniversary: ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

By

Published : Apr 17, 2022, 3:30 PM IST

Updated : Apr 17, 2022, 3:40 PM IST

ଭୁବନେଶ୍ବର: ମନେ ପଡ଼ନ୍ତି ବିଜୁ ବାବୁ । ଝଡ଼ର ଇଗଲଙ୍କୁ ଝୁରୁଛି ଓଡ଼ିଶା । ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ(Biju Patnaik Death Anniversary) । ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Biju Patnaik Death Anniversary: ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଏହି କାର୍ଯ୍ୟକ୍ରମରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଅନନ୍ତ ଦାସ, ପ୍ରଫୁଲ୍ଲ ସାମଲ, ଦେବୀ ମିଶ୍ର, ଶାସକଦଳର ମୁଖ୍ୟ ସଚେତିକା ପ୍ରମିଳା ମଲ୍ଲିକ, ଭୁବନେଶ୍ବର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ସୁଶାନ୍ତ କୁମାର ରାଉତ ଉପସ୍ଥିତ ଥିଲେ ।

ଏହା ବି ପଢନ୍ତୁ- Biju Patnaik Death Anniversary: ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନେତା

ଓଡ଼ିଶାବାସୀ ବିଜୁବାବୁଙ୍କୁ ଜୀବିତ ଥିବାବେଳେ ଯେତିକି ଭଲ ପାଉଥିଲେ, ତାଙ୍କ ଅବର୍ତ୍ତମାନରେ ମଧ୍ୟ ସେତିକି ଭଲ ପାଉଛନ୍ତି ଓ ସ୍ମରଣ କରୁଛନ୍ତି ବୋଲି ଉପସ୍ଥିତ ଅତିଥିମାନେ ପ୍ରକାଶ କରିଥିଲେ । ଶାସ୍ବତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀ ମାନେ ବିଜୁ ବାବୁଙ୍କ ସ୍ମୃତିରେ ସୁମଧୁର ସଂଗୀତ ପରିବେଷଣ କରିଥିଲେ । ଆମ ଇତିହାସ ବିଜୁ ବାବୁଙ୍କ ସେବା, ତ୍ୟାଗ ଏବଂ ନିରନ୍ତର ସଂଗ୍ରାମର ଜୀବନ୍ତ ଆଲେଖ୍ୟ । ସାରା ଜୀବନ ବିଜୁ ବାବୁ ଜନସେବାକୁ ସର୍ବାଧିକ ଗୁରୁତ୍ବ ଦେଇ ଆସିଥିଲେ । ଏହି ମହାନ୍ ଜନନେତାଙ୍କ ଶ୍ରାଦ୍ଧ ଦିବସ ଅବସରରେ ଏହି ସେବା ମନୋଭାବକୁ ଆହୁରି ପରିବର୍ଦ୍ଧିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Apr 17, 2022, 3:40 PM IST

ABOUT THE AUTHOR

...view details