ଭୁବନେଶ୍ବର:ଜାରି ହେଲା କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା(Congress Announces Star Campaigners) । ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରାଯାଇଛି । କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ପାଇଁ ରାଜ୍ୟ ପ୍ରଭାରୀ ଡ଼ ଚେଲ୍ଲାକୁମାରଙ୍କ ସମେତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ସାଂସଦ ସପ୍ତଗିରି ଉଲାକା, ବିଧାୟକ ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା ପ୍ରଚାର କରିବେ । ତେବେ ଏହି ପ୍ରଚାର ତାଲିକାରୁ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ ବାଦ୍ ପଡିଛନ୍ତି ।
କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଚିରିଞ୍ଜୀବ ବିଶ୍ବାଳ, ଭକ୍ତ ମୋହନ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ସୁରେଶ କୁମାର ରାଉତରାୟ, ସସ୍ମିତା ବେହେରା, ବିଜୟଲକ୍ଷ୍ମୀ ସାହୁ, ଜଗନ୍ନାଥ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ଗଣେଶ୍ବର ବେହେରା, ପଞ୍ଚାନନ କାନୁନଗୋ, ରମେଶ ଜେନା, ଦାଶରଥି ଗମାଙ୍ଗୋ, ଅଧୀର ରଞ୍ଜନ ପାଣିଗ୍ରାହୀ, ବନ୍ଦିତା ପରିଡା, ସ୍ମୃତି ରଞ୍ଜନ ଲେଙ୍କା, ୟାସିର ନୱାଜ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ରହିଛନ୍ତି ।