ଓଡିଶା

odisha

ETV Bharat / city

ଧର୍ମଶାଳା ଭିଏଲଡବ୍ଲୁ ମୃତ୍ୟୁ ଘଟଣା, କଂଗ୍ରେସର ସିବିଆଇ ତଦନ୍ତ ଦାବି - jajpur vlw murder case

ଯାଜପୁର ହରିଦାସପୁର ପଞ୍ଚାୟତର ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ମାମଲା । ସିବିଆଇ ତଦନ୍ତ କରିବାକୁ କଂଗ୍ରେସର ଦାବି।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Oct 18, 2019, 1:30 PM IST

ଭୁବନେଶ୍ବର: ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ଵାଳ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ କରିବାକୁ କଂଗ୍ରେସର ଦାବି । ଏଥି ସହିତ ଜାତୀୟ ମାନବାଧିକାର କମିସନ ଓ ରାଜ୍ୟ ମାନବାଧିକାର କମିସନ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ କରନ୍ତୁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

ସେହିପରି ରାଜ୍ୟ ସରକାର ସିବିଆଇକୁ ତଦନ୍ତ ଭାର ଦେବାରେ ବିଳମ୍ବ କଲେ ସ୍ଥାନୀୟ ପୋଲିସ ତଥ୍ୟ ପ୍ରମାଣ ନଷ୍ଟ କରିବ । ତେଣୁ ଶୀଘ୍ର ସିବିଆଇକୁ ତଦନ୍ତ ଭାର ଦିଆଯାଉ ବୋଲି କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଏହି ଘଟଣାକୁ ନାଟକୀୟ ରଙ୍ଗ ଦିଆଯାଉଛି। ଏହାକୁ ଆତ୍ମହତ୍ୟାର ରୂପ ଦିଆଯାଇଛି। ଏଥି ସହିତ ଘଟଣାରେ ଶାସକ ଦଳର ସମ୍ପୃକ୍ତ ଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ନେତ୍ରୀ ସ୍ମୃତିରେଖା ପହି। ସରକାର ଉପଯୁକ୍ତ ପଦକ୍ଷେପ ନ ନେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲଡବ୍ଲୁ ସ୍ମିତାରାଣୀ ବିଶ୍ବାଳଙ୍କ ବୁଧବାର ସନ୍ଦେହ ଜନକ ମୃତ୍ୟୁ ଘଟିଥିଲା।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details