ଓଡିଶା

odisha

ETV Bharat / city

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ବର୍ଦ୍ଧିତ ବିଦ୍ୟୁତ ଶୁଳ୍କର ପ୍ରତିବାଦରେ ଓଇଆରସି କାର୍ଯ୍ୟାଳୟ ଆଗରେ 4 ଘଣ୍ଟିଆ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ବରେ 4 ଘଣ୍ଟିଆ ବିକ୍ଷୋଭ ପ୍ରଦର୍ଶନ କରିଛି ଦଳ । ଅଧିକ ପଢ଼ନ୍ତୁ...

By

Published : Apr 6, 2021, 7:27 PM IST

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ
ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ବର:ବର୍ଦ୍ଧିତ ବିଦ୍ୟୁତ ଶୁଳ୍କର ପ୍ରତିବାଦରେ ଓଇଆରସି କାର୍ଯ୍ୟାଳୟ ଆଗରେ 4 ଘଣ୍ଟିଆ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । କୋଭିଡ- 19 ମହାମାରୀ ଯୋଗୁଁ ରାଜ୍ୟବାସୀଙ୍କର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡ଼ିଛି । ଏହି ସମୟରେ ବେଡ଼ି ଉପରେ କୋରୋଡ଼ା ମାଡ଼ ଭଳି ବିଦ୍ୟୁତ ଦର ବୃଦ୍ଧି କରାଯାଇଛି। ଗତ 7 ମାସରେ ୟୁନିଟ ପିଛା 50 ପଇସା ବୃଦ୍ଧି ହେଲାଣି । ଏହାର ପ୍ରତିବାଦ କରି ରାଜ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ ।

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଆଜି(ମଙ୍ଗଳବାର) ଭୁବନେଶ୍ବର ଓଇଆରସି କାର୍ଯ୍ୟାଳୟ ସମ୍ମୁଖରେ 4 ଘଣ୍ଟିଆ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ବରେ 4 ଘଣ୍ଟିଆ ବିକ୍ଷୋଭ ପ୍ରଦର୍ଶନ କରିଛି ଦଳ । ରାଜ୍ୟ ସରକାରଙ୍କର ବିଦ୍ୟୁତ୍ ଦର ବୃଦ୍ଧି ଅତ୍ୟନ୍ତ ଅପରିଣାମଦର୍ଶିତା ଓ ଉପଭୋକ୍ତାଙ୍କ ଉପରେ ଏକ ବୋଝ ସଦୃଶ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ଖାଲି ସେତିକ ନୁହେଁ ଏଥିପାଇଁ ରାଜ୍ୟବ୍ୟାପୀ ଜନ ଅସନ୍ତୋଷ ଦେଖା ଦେଇଛି ବୋଲି ଅଭିଯୋଗ କରିଛି କଂଗ୍ରେସ । ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିବ ନାହିଁ । ଏହି ବର୍ଦ୍ଧିତ ଦର ସମସ୍ତଙ୍କୁ ବାଧୁ ଥିବାରୁ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ଭୁବେନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details