ଭୁବନେଶ୍ବର: ଏଣିକି ରାଜନୈତିକ ଦଳଙ୍କୁ ମିଳୁଥିବା ନଗଦ ଚାନ୍ଦା ଉପରେ ଲାଗିବ ଲଗାମ । ଚାନ୍ଦା ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଚିଠି ଲେଖିଲେ ନିର୍ବାଚନ କମିଶନ। ବିଭିନ୍ନ ସୂତ୍ରରୁ ମିଳୁଥିବା ବେନାମୀ ଚାନ୍ଦାର ଆକାର ୨୦ ହଜାରରୁ ୨ ହଜାରକୁ କମାଇବାକୁ ସେ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ।
ଯଦି କୌଣସି ରାଜନୈତିକ ଦଳକୁ ବେନାମୀ ଚାନ୍ଦା ଆକାରରେ ୨ ହଜାରରୁ କମ ଟଙ୍କା ମିଳେ ତେବେ ଏହି ଚାନ୍ଦା ବାବଦରେ ନିର୍ବାଚନ କମିଶନଙ୍କୁ ଅବଗତ କରିବା ଆବଶ୍ୟକତା ନାହିଁ।।ଏବେ ଏହି ଚାନ୍ଦାର ଆକାର ୨୦ ହଜାର ଟଙ୍କା ରହିଛି। ତେବେ ଏହାକୁ କମାଇ ୨ ହଜାର ଟଙ୍କା କରିବାକୁ ପ୍ରସ୍ତାବ ଦେଇଛନ୍ତି ନିର୍ବାଚନ କମିଶନ। ଏହାସହ ଗୋଟିଏ ଦଳକୁ ସର୍ବାଧିକ ମୋଟ୍ କ୍ୟାସ୍ ଡୋନେସନ ୨୦ କୋଟିରେ ସୀମିତ କରିବା ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି ।
ଏହା ବି ପଢନ୍ତୁ- ଟିକା ଦେଉନି କେନ୍ଦ୍ର, ମାଗଣା ଟିକା ପାଇଁ ଚିଠି ଲେଖିଲା ସ୍ବାସ୍ଥ୍ୟ ବିଭାଗ